ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
Advertisement

ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ମୁଖ୍ୟମନ୍ତ୍ରୀ ନବୀନଙ୍କ ଶୁଭେଚ୍ଛା

ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପବିତ୍ର ବାହୁଡ଼ା ଯାତ୍ରା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଏହି ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। 

fallback

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ,  ମହାପ୍ରଭୁଙ୍କ ପବିତ୍ର ବାହୁଡ଼ାଯାତ୍ରା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଶୁଭକାମନା। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ବର୍ତ୍ତମାନର କଠିନ ସ୍ଥିତି ଶୀଘ୍ର ଦୂର ହେଉ। ଆମ ରାଜ୍ୟର ପ୍ରଗତି ସହିତ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। ଜୟ ଜଗନ୍ନାଥ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ ମାଧ୍ୟମରେ କହିଛନ୍ତି। 

ଏହା ସହିତ ପବିତ୍ର ବାହୁଡ଼ା ଯାତ୍ରାର ସିଧାପ୍ରସାରଣ ଦେଖିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି।