Odisha Cabinet: ୧୨ଟି ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ, 'ଦମନ'କୁ ନେଇ ସରକାର କହିଲେ...
Advertisement
Article Detail0/zeeodisha/odisha1464493

Odisha Cabinet: ୧୨ଟି ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ, 'ଦମନ'କୁ ନେଇ ସରକାର କହିଲେ...

Odisha Cabinet approved 17 proposals: ରାଜ୍ୟ କ୍ୟାବିନେଟର ୫୨ତମ ବୈଠକରେ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ ରାଜ୍ୟ  କ୍ୟାବିନେଟରେ ଅନୁମୋଦନ ଲାଭ କରିଛି । ଓଡିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା । ଓଡିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି ।

Odisha Cabinet: ୧୨ଟି ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ, 'ଦମନ'କୁ ନେଇ ସରକାର କହିଲେ...

Odisha Cabinet Meeting, ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ ରାଜ୍ୟ  କ୍ୟାବିନେଟରେ ଅନୁମୋଦନ ଲାଭ କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଶିକ୍ଷା, ନିଯୁକ୍ତି ଓ ଶିଳ୍ପ ବିଭାଗକୁ ଅଧିକ ଗୁରୁତ୍ୱ ଦିଆଯାଇଛି। କୃଷକଙ୍କୁ ସହାୟତା ଯୋଗାଇବା ପାଇଁ ମଧ୍ୟ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି ।

ରାଜ୍ୟରେ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିବା ସହିତ ଏହି ନୀତି ଓଡିଶାରେ ଅଧିକରୁ ଅଧିକ କର୍ମ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆନୁସଙ୍ଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ ବୋଲି ରାଜ୍ୟ ସରକାର ଆଶାବାଦୀ ଅଟନ୍ତି । ସେହିପରି ଓଡିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଓଡିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି ।

Also Read: Odisha cold wave: ସାଢ଼େ ୪୮ ଲକ୍ଷଙ୍କୁ ୧୪୬ କୋଟି ଶୀତ ସହାୟତା, ଏହି ଦିନ ଖାତାକୁ ଟଙ୍କା ପଠାଇବେ

ନୂତନ ପର୍ଯ୍ୟଟନ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପୋତ୍ସାହିତ କରାଯିବା ସହିତ Health, Wellness ଓ ମେଡିକାଲ ଟୁରିଜିମ୍‌କୁ ପର୍ଯ୍ୟଟନ ଉଦ୍ୟୋଗକୁ ଅଗ୍ରାଧିକାର ଦିଆ ଯାଇଛି। ଜୁନିଅର ଷ୍ଟେନୋଗ୍ରାଫର, ଜୁନିଅର ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଓ ଜୁନିଅର କ୍ଳର୍କ-କମ୍‌-ଟାଇପିଷ୍ଟ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଏହାଦ୍ବାରା ଏହି ପରୀକ୍ଷା ଗୁଡିକ ବ୍ୟବସ୍ଥିତ  ହେବା ପାରିବ । 

ରାଜ୍ୟରେ ଫସଲ ଅମଳ ପରବର୍ତ୍ତୀ କ୍ଷୟକ୍ଷତି ଏବଂ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂ କ୍ଷେତ୍ରକୁ ସହାୟତା ଯୋଗାଇବା ସହ କୃଷକମାନଙ୍କୁ ଆର୍ଥିକ ସହାୟତା ଦେବା ଉଦ୍ଦେଶ୍ୟରେ ଅମଳ ପରବର୍ତ୍ତୀ ପରିଚାଳନା ଏବଂ ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନାଟି କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଗ୍ରାମାଞ୍ଚଳରେ ଚାଷୀଙ୍କ ରୋଜଗାର ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଓଡିଶା ବେସାମରିକ ବିମାନ ଚଳାଚଳ ନୀତି-୨୦୨୨ ମଧ୍ୟ କ୍ୟାବିନେଟର ଅନୁମୋଦନ ଲାଭ କରିଛି ।

Also Read: କାମରେ ଆସୁନି ବିଜୁ ସ୍ୱାସ୍ଥ୍ୟ କାର୍ଡ, କୋମଳମତି ଆଶୁତୋଷଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଶିଳ୍ପ ନୀତି-୨୦୨୨କୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ରାଜ୍ୟରେ ବଡ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ଉପରେ ଏଥିରେ ଗୁରୁତ୍ବ ଆରୋପ କରାଯାଇଛି । ଏହି ନୀତି ଅନୁଯାୟୀ ଶିଳ୍ପ ଗୁଡିକୁ Thrust Sector, Priority Sector ଭାବରେ ବର୍ଗୀକୃତ କରାଯାଇଛି । ଏହି ନୂଆ ନୀତି ଅନୁଯାୟୀ ଏହି ଦୁଇ କ୍ଷେତ୍ରରେ ପ୍ରତିଷ୍ଠିତ ଶିଳ୍ପ ପାଇଁ ସର୍ବୋତ୍ତମ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି । ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡିକୁ ଆବଶ୍ୟକ ଭିତ୍ତିଭୂମି ସହାୟକ ହେବ।