ଭୁବନେଶ୍ୱର: Coronavirus in Odisha: ସାରା ଦେଶରେ କୋରୋନା (Coronavirus) ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ରହିଛି । କୋରୋନା (COVID-19) ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik) କହିଛନ୍ତି ଯେ, "କୋଭିଡ-19ର ଦ୍ୱିତୀୟ ଲହରୀରେ ବିଭିନ୍ନ ରାଜ୍ୟ ଓ ସହର ମାନଙ୍କରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଗୁରୁତର ଚାପରେ ରହିଛି । ଓଡିଶାରେ ମଧ୍ୟ ଗତ କିଛି ଦିନ ଧରି କୋଭିଡ ସଂଖ୍ୟାରେ ବୃଦ୍ଧି ହେଉଛି । ଆମର ପୂର୍ବ ପ୍ରସ୍ତୁତି ଓ ଆଗୁଆ ପଦକ୍ଷେପ ଯୋଗୁ ଆମେ ଅନେକ ମାତ୍ରାରେ ପରିସ୍ଥିତିକୁ ଏ ପର୍ଯ୍ୟନ୍ତ ଠିକ୍‌ ଭାବରେ ପରିଚଳିତ କରିପାରିଛୁ । ତେବେ ଆମକୁ ସବୁଠାରୁ ଖରାପ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ହେବ ଏବଂ ସମସ୍ତ ରୋଗୀ ଯେପରି ସମ୍ମାନର ସହିତ ଚିକିତ୍ସା ପାଇବେ । ଏବଂ ପ୍ରତ୍ୟେକ ଜୀବନକୁ ଆମେ ଯେପରି ବଞ୍ଚାଇପାରିବା । ସେଥିପାଇଁ ଆମକୁ ସମସ୍ତ ପ୍ରକାର ଉଦ୍ୟମ କରିବା ଆବଶ୍ୟକ ।" ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍‌ସିଂ ଜରିଆରେ କୋଭିଡ ପରିସ୍ଥିତିର ସମୀକ୍ଷା କରି ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-Paytm ୟୁଜର୍ସଙ୍କ ପାଇଁ ଖୁସି ଖବର! ଗୋଟିଏ କ୍ଲିକରେ ମିଳିବ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ


ଏହାସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉଭୟ ରାଜ୍ୟ ସରକାର ଓ ଜନସାଧାରଣ  କେହି ଲକଡାଉନ୍‌ ଚାହାନ୍ତି ନାହିଁ । ବିନା ଲକଡାଉନ୍‌ରେ ପରିସ୍ଥିତିର ମୁକାବିଲା  କରାଯିବା ଜରୁରୀ । ଏ ଦିଗରେ ମାସ୍କର ବ୍ୟବହାର ଓ ସାମାଜିକ ଦୂରତ୍ୱ ରକ୍ଷା ଆମକୁ ବହୁତ ପରିମାଣରେ ସାହାଯ୍ୟ କରିପାରିବ । ତେଣୁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଜନସାଧାରଣଙ୍କୁ ଏଥିପାଇଁ ସହଯୋଗ ପାଇଁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମେ ବର୍ତ୍ତମାନ  ସବୁଠାରୁ ଗମ୍ଭୀର ପରିସ୍ଥିତିର ସାମ୍ନା କରୁଛୁ । ତେଣୁ ଆମେ ଯଦି ସମସ୍ତେ ଦାୟିତ୍ୱବାନ ହୋଇ ପରିସ୍ଥିତିର ମୁକାବିଲା କରିବା, ତେବେ ଆମ ନିଶ୍ଚିତ ଭାବରେ ଏ ପରିସ୍ଥିତିରୁ ସଫଳ ଭାବେ ବାହାରି ପାରିବା ।


ଅଧିକ ପଢ଼ନ୍ତୁ:-ରାହୁଲ ଗାନ୍ଧୀ ହେଲେ କୋରୋନା ସଂକ୍ରମିତ, ଟ୍ୱିଟ୍ କରି ଦେଲେ ସୂଚନା


ଏହି ଅବସରରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ କୋଭିଡ ପରିସ୍ଥିତିର ମୁକାବିଲା ପାଇଁ ଏକ ୬ ସୂତ୍ରୀ ପରାମର୍ଶ ଦେଇଛନ୍ତି ।


୧. ସାରା ରାଜ୍ୟରେ କୋଭିଡ ହସ୍‌ପିଟାଲ ଗୁଡିକରେ ଶଯ୍ୟା ସଂଖ୍ୟା ବୃଦ୍ଧି ସହିତ ଅଧିକ କୋଭିଡ କେୟାର ସେଣ୍ଟର ସ୍ଥାପନ । ଯେତେଦୂର ସମ୍ଭବ ସର୍ବାଧିକ ସଂଖ୍ୟାରେ ଶଯ୍ୟା ଗୁଡିକରେ ଅକ୍ସିଜେନ ବ୍ୟବସ୍ଥା ରଖାଯାଉ । ଅକ୍ସିଜେନ ବ୍ୟବସ୍ଥାକୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରାଯାଉ । 


୨. ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ଭଲ ଭାବରେ ତଦାରଖ କରାଯାଉ ଏବଂ ହସ୍ପିଟାଲ ଗୁଡିକରେ ଏଥିପାଇଁ ସମସ୍ତ ଆବଶ୍ୟକ ଉପକରଣକୁ ପ୍ରାଥମିକତା ଭିତ୍ତିରେ ଉପଲବ୍‌ଧ କରାଯାଉ ।


ଅଧିକ ପଢ଼ନ୍ତୁ:-LIC ପଲିସି ଧାରକଙ୍କ ପାଇଁ ଖୁସି ଖବର!


୩. ଅନେକ ରାଜ୍ୟରେ ଔଷଧର ଅଭାବ ଦେଖାଦେଇଛି । ଯଦିଓ ବର୍ତ୍ତମାନ ଆମର ମେଡିସିନ୍‌ ଷ୍ଟକ୍‌ ଯଥେଷ୍ଟ ରହିଛି । ତଥାପି ଆଗକୁ ଅଧିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି  ଔଷଧର ଏକ ବଫର ଷ୍ଟକ୍‌ ରଖାଯାଉ ।


୪. IEC ଅଭିଯାନରେ ଅଧିକ ଉନ୍ନତି ଅଣାଯିବା ଉପରେ ଗୁରୁତ୍ୱ । ଜନସାଧାରଣ ଦ୍ୱିତୀୟ ଲହରର ଭୟାବହତା ସଂପର୍କରେ ସଚେତନ ହେବା ଜରୁରୀ ଏବଂ କୋଭିଡ ନିୟମାବଳୀକୁ ମାନିବା କେତେ ଜରୁରୀ, ସେ ସଂପର୍କରେ ଅନୁଭବ କରିବା ଦରକାର । ଜନସାଧାରଣଙ୍କ ସହିତ ମିଶନ ଶକ୍ତି ଏବଂ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କୁ ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ କରାଯାଉ ।


୫. ସମସ୍ତ କୋଭିଡ ନିୟମାବଳୀ ଦୃଢ ଭାବରେ ଲାଗୁ କରିବା କାର୍ଯ୍ୟକ୍ରମ ଜାରି ରହିବା ଜରୁରୀ ।


୬. ଅନ୍ୟ ରାଜ୍ୟରେ ଯେଉଁଠାରେ କୋଭିଡ ପରିସ୍ଥିତି ସାଂଘାତିକ ରହିଛି, ସେଠାରୁ ପ୍ରବାସୀମାନେ ଆସିବାର ସମ୍ଭାବନା ଅଛି । ତେଣୁ ଏଥିପାଇଁ ଜିଲ୍ଲାପାଳମାନେ ପ୍ରସ୍ତୁତ ରହିବା ଆବଶ୍ୟକ । ପୂର୍ବରୁ ଯେଉଁ ପ୍ରୋଟୋକଲ୍‌ ଅନୁଯାୟୀ ପ୍ରବାସୀଙ୍କ ଆଗମନ ପରିଚାଳନା କରାଯାଉଥିଲା, ତାକୁ ବର୍ତ୍ତମାନର ଡାଟାବେସ୍‌ ଅନୁଯାୟୀ ପୁନର୍ବାର କାର୍ଯ୍ୟକାରୀ କରାଯାଉ । ପ୍ରବାସୀମାନଙ୍କ ପାଇଁ ଟେଷ୍ଟିଂ ଓ ସଂଗରୋଧର ବ୍ୟବସ୍ଥା ସୁନିଶ୍ଚିତ କରାଯାଉ । 


ଏଥିପାଇଁ ଯେଉଁ ବରିଷ୍ଠ ଅଧିକାରୀମାନେ Observer ଭାବରେ କାର୍ଯ୍ୟ କରୁଛନ୍ତି, ସେମାନେ ଓ ଅନ୍ୟ ଅଧିକାରୀମାନେ ଗତବର୍ଷ ଭଳି ଏ ବର୍ଷ ମଧ୍ୟ ସେମାନଙ୍କର ଶ୍ରେଷ୍ଠ ଉଦ୍ୟମ ଜାରି ରଖନ୍ତୁ ।