Advertisement
Article Detail0/zeeodisha/odisha698016
Zee OdishaZee Odishaଏବେ ନାହିଁ ଲଘୁଚାପ, ତଥାପି ବର୍ଷିବ

ଏବେ ନାହିଁ ଲଘୁଚାପ, ତଥାପି ବର୍ଷିବ

ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍ ବିଶ୍ୱାସ । 

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ଏବେ ନାହିଁ ଲଘୁଚାପ, ତଥାପି ବର୍ଷିବ । ରାଜ୍ୟରେ ଆସନ୍ତା ୧୯ ତାରିଖରେ ଆଉ ଏକ ଲଘୁଚାପ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିବା ବେଳେ ତାହା ଏବେ ଘନୀଭୂତ ହେବାର ସମ୍ଭାବନା ନଥିବା କେନ୍ଦ୍ର ସୂଚନା ଦେଇଛି । ପୂର୍ବ ଉତ୍ତର ପ୍ରଦେଶ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ଝାଡ଼ଖଣ୍ଡ ଆଖପାଖରେ ଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର୍ ବିଶ୍ୱାସ । 

ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଶକ୍ରବାରଠାରୁ ବର୍ଷାର ପରିମାଣ ବୃଦ୍ଧି ହେବା ସହ ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Add Zee News as a Preferred Source
About the Author