close

खास खबरें सिर्फ आपके लिए...हम खासतौर से आपके लिए कुछ चुनिंदा खबरें लाए हैं. इन्हें सीधे अपने मेलबाक्स में प्राप्त करें.

ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ଏସଆରସି

  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହା ସହିତ ଘଣ୍ଟାକୁ ୯ କି.ମି. ବେଗରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି ।

ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ଏସଆରସି
source: ANI

ଭୁବନେଶ୍ୱର:  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହା ସହିତ ଘଣ୍ଟାକୁ ୯ କି.ମି. ବେଗରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି ।

ବର୍ତ୍ତମାନ ଏହା ପାରାଦୀପ ଠାରୁ ୮୧୦ କିଲୋମିଟର ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ । ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ୮ ତାରିଖ ସନ୍ଧ୍ୟାଠାରୁ ଉପକୂଳ ଜିଲ୍ଲାଗୁଡ଼ିକରେ ପବନର ବେଗ ୪୦ରୁ ୫୦ କି.ମି. ରହିବ। ୯ ଓ ୧୦ ତାରିଖ ବେଳକୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଅନୁମାନ କରାଯାଉଛି। ଏହା ପ୍ରଭାବରେ  ୮ ତାରିଖ ବେଳକୁ ସମୁଦ୍ର ଅଶାନ୍ତ ରହିବ। ସେହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବା ଉଚିତ ନୁହେଁ। ଯେଉଁମାନେ ସମୁଦ୍ରକୁ ଯାଇଛନ୍ତି, ସେମାନେ ଫେରି ଆସିବା ଦରକାର ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ କହିଛନ୍ତି। 

ବାତ୍ୟା ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ନାହିଁ । ଆଜି ସନ୍ଧ୍ୟା କିମ୍ବା କାଲି ସକାଳେ ଏହାର ଚିତ୍ର ସ୍ପଷ୍ଟ ହେବ ବୋଲି  ଏସଆରସି ପ୍ରଦୀପ କୁମାର ଜେନା ଆଇଏମଡି ସୂଚନା ଆଧାରରେ କହିଛନ୍ତି ।