Heavy Rain Alert:  ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି।


COMMERCIAL BREAK
SCROLL TO CONTINUE READING

ସେପଟେ ଆଜି ଠାରୁ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ୪ ଜିଲ୍ଲା କୋରାପୁଟ, କନ୍ଧମାଳ, ଗଜପତି, ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ସହ ୧୦ ଜିଲ୍ଲାରେ ପ୍ରବଳ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି। ଆସନ୍ତା କାଲି ୧୦ ତାରିଖରୁ ବର୍ଷା ଆହୁରି ବଢ଼ିବ। ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳ ରୁ ଅତି ପ୍ରବଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ କିଛି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି।  


ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ଓ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି । ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ପର୍ଯ୍ୟନ୍ତ ଝଡ ସହ ପବନ ବହିବାର ଆଶଙ୍କା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ଆଜି ଠାରୁ ୧୨ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି। ରାଜ୍ୟରେ ଚଳିତ ବର୍ଷ ଜୁନ ୧ ରୁ ୯ ସେପ୍ଟେମ୍ବର ମଧ୍ୟରେ ୧୦୨୩.୦ ମି ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷା ୧୦୦୧.୧ ମି ବର୍ଷା ତୁଳନାରେ ୨ ପ୍ରତିଶତ ଅଧିକ। ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି। ଭଦ୍ରକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ସ୍ବାଭାବିକ ବର୍ଷା ଠାରୁ ଅଧିକ ବର୍ଷା ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲା ଗୋପାଳପୁର ଠାରେ ୯୪.୪ ମିଲିମିଟର ସର୍ବାଧିକ ବର୍ଷା ରେକର୍ଟ କରାଯାଇଛି। କୋରାପୁଟ ଜିଲ୍ଲା ପଟାଙ୍ଗିରେ ୭୨ମିମି ଓ ଭୁବନେଶ୍ୱର ୨୦ ମି.ମି  ବର୍ଷା ରେକର୍ଡ କରାଯାଇଛି।


ସେପଟେ ଦେଶର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜଧାନୀ ଦିଲ୍ଲୀରେ ବର୍ଷାର ପରିମାଣ କମ ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ବେଙ୍ଗାଲୁରୁରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନିକଟରେ ଲଗାଣ ବର୍ଷା କାରଣରୁ ବେଙ୍ଗାଲୁରୁ ଭଳି ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବର୍ତ୍ତମାନ ମଧ୍ୟ ସେଠାରେ ପରିସ୍ଥିତି ସ୍ୱାଭାବିକ ହୋଇ ନାହିଁ। 


ତେବେ ପାଣିପାଗ ବିଭାଗ ଅନୁଯାୟୀ ଦିଲ୍ଲୀରେ ଆଜି ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରୀ ଓ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ ହୋଇଛି। ଦିଲ୍ଲୀରେ ଆଜି ହାଲୁକା ଧରଣର ବାଦଲ ଦେଖିବାକୁ ମିଳିଛି। ଦିଲ୍ଲୀର ପାଣିପାଗକୁ ଦେଖିଲେ ଦିଲ୍ଲୀରେ ସେପ୍ଟେମ୍ବର ମାସରେ ୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସାଧାରଣ ବର୍ଷା ଠାରୁ ପ୍ରାୟ ୫୨.୫ ପ୍ରତିଶତ କମ ବର୍ଷା ହୋଇଥିବା ନେଇ ରେକର୍ଡ କରାଯାଇଛି। ଚଳିତ ମାସରେ ବର୍ଷାର ଗତିବିଧି ପ୍ରାୟ ୮୩ ପ୍ରତିଶତ ହୋଇଛି।