ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି, ୪ ଦିନ ଢାଳିବ
Advertisement

ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି, ୪ ଦିନ ଢାଳିବ

ବିଶେଷ କରି ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ତଳିଆ ଅଂଚଳରେ ଜଳମଗ୍ନ ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ର । 

ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି, ୪ ଦିନ ଢାଳିବ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ବଙ୍ଗୋପସାଗ(Bay of Bengal)ରେ ଲଘୁଚାପ ସୃଷ୍ଟି, ୪ ଦିନ ଢାଳିବ । ଗତକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଓଡିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହାସହ ମୌସୁମୀ ଟ୍ରଫ୍ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା(Heavy Rain) ନେଇ ବିଭିନ୍ନ ଜିଲ୍ଲାକୁ ଅରେଂଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବିଶେଷ କରି ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ତଳିଆ ଅଂଚଳରେ ଜଳମଗ୍ନ ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ର । ଏହାସହ ଗଂଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେଓଗଡ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ସେହିପରି ଆସନ୍ତାକାଲି ମଧ୍ୟ ବିକ୍ଷିପ୍ତ ଭାବେ ୭ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଏବଂ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ହେତୁ ଆସନ୍ତା ୧୪ ଓ ୧୫ ତାରିଖ ଦୁଇ ଦିନି ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି ।