ଉତ୍ତର ଓଡିଶାର ସମେତ ଗଂଜାମ, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ, ମୟୂରଭଂଜ, କେଉଁଝର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।
Trending Photos
)
ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ଆସନ୍ତା ୪ ଦିନ ବର୍ଷିବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ ଦୁର୍ବଳ ଥିବା ବେଳେ ସକ୍ରୟ ଥିବା ଟ୍ରଫ୍ ଲାଇନ ଏବଂ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବିକ୍ଷିପ୍ତ ଭାବେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ, ଦେଓଗଡ, ଝାରସୁଗୁଡା, ସମ୍ବଲପୁର, କେଉଁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଅନ୍ୟପକ୍ଷେ ଉତ୍ତର ଓଡିଶାର ସମେତ ଗଂଜାମ, ନୟାଗଡ, ଖୋର୍ଦ୍ଧା, କନ୍ଧମାଳ, ମୟୂରଭଂଜ, କେଉଁଝର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି କେନ୍ଦ୍ର । ତେବେ ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡିକରେ ଚାଷୀମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।