close

खास खबरें सिर्फ आपके लिए...हम खासतौर से आपके लिए कुछ चुनिंदा खबरें लाए हैं. इन्हें सीधे अपने मेलबाक्स में प्राप्त करें.

ଆସନ୍ତା ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ଲଘୁଚାପ

ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ଲଘୁଚାପ
ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ସକାଳେ ଲଘୁଚାପରେ ପରିଣତ ହୋଇଛି । ସୃଷ୍ଟ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଓ ଏହାର ଆଖପାଖରେ ରହିଛି । ଏହା ଆସନ୍ତା ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର ଉପକୂଳରେ ପହଞ୍ଚିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ୨୩ ତାରିଖରୁ ୨୫ ତାରିଖ ଯାଏଁ ତିନି ଦିନ ଧରି ଏହାର ପ୍ରଭାବ ରାଜ୍ୟରେ ପଡ଼ିବା ସହ ପାଗ ବଦଳିବାର ସମ୍ଭାବନା ରହିଛି । ଆସନ୍ତାକାଲି ବୁଧବାର ମାଲକାନଗିରି, କୋରାପୁଟ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ ଏବଂ ଗଂଜାମ, ପୁରୀ, ରାୟଗଡ଼ା, କନ୍ଧମାଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । 

ଏହାସହ ଗୁରୁବାର ୨୪ ତାରିଖରେ ଅଧିକ ପ୍ରଭାବ ରହିବା ସହ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେଉଁଝର ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେଓଗଡ଼, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଶୁକ୍ରବାର ୨୫ ତାରିଖରେ ସୁନ୍ଦରଗଡ଼, କେଉଁଝର, ମୟୂରଭଂଜ, ବାଲେଶ୍ବର, ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ତେବେ ଅନ୍ୟ ସ୍ଥାନ ଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୬ ତାରିଖରୁ ପାଗରେ ସୁଧାର ଆସିବା ସହ ବର୍ଷାର ପରିମାଣ କମିବା ନେଇ କେନ୍ଦ୍ର ସୂଚନା ଦେଇଛି । ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲି ଦକ୍ଷୀଣ ଓଡ଼ିଶା ଉପକୂଳରେ ସମୁଦ୍ର ପ୍ରବେଶ ନେଇ ବାରଣ କରାଯାଇଛି ।