Advertisement
Article Detail0/zeeodisha/odisha693254
Zee OdishaBhubneshwarଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ସକ୍ରିୟ ହେବ ଲଘୁଚାପ ବଳୟ

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ସକ୍ରିୟ ହେବ 'ଲଘୁଚାପ ବଳୟ'

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ସଂଲଗ୍ନ ଅଞ୍ଚଳରେ ଆଜି ସୃଷ୍ଟି ହୋଇଥିବା ଏହି 'ଲଘୁଚାପ ବଳୟ'  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । 

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ଆଖ ପାଖ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି ।  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ସକ୍ରିୟ ହୋଇ ଓ୍ୱେଲ୍ ମାର୍କଡ଼ ଲୋ ପ୍ରେସରରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ସହ ପ୍ରବଳ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । 

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ସଂଲଗ୍ନ ଅଞ୍ଚଳରେ ଆଜି ସୃଷ୍ଟି ହୋଇଥିବା ଏହି 'ଲଘୁଚାପ ବଳୟ'  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ । ଏହାସହ  ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଓଡ଼ିଶାର ଗଞ୍ଜାମ, ଗଜପତି, ପୁରୀ , କନ୍ଧମାଳ , କଳାହାଣ୍ଡିରେ ପ୍ରବଳ ଏବଂ କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

ଏହାସହ ଲଘୁଚାପ ହେତୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ହେଉଛି ।  ଆସନ୍ତା ତିନି ଚାରି ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି ।

Add Zee News as a Preferred Source
About the Author