ଦେଶର ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତିଙ୍କ ପରାମର୍ଶକ୍ରମେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶରେ ଏହି ବଦଳି କରାଯାଇଛି ।
Trending Photos
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ୍ । ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯାଇଛି । କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏବେ ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି ଜଷ୍ଟିସ ସଞ୍ଜୁ ପଣ୍ଡା ।
ଦେଶର ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତିଙ୍କ ପରାମର୍ଶକ୍ରମେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶରେ ଏହି ବଦଳି କରାଯାଇଛି । ୨୫ ମେ ୧୯୬୦ରେ ଜଷ୍ଟିସ୍ ମହମ୍ମଦ ରଫିକଙ୍କ ଜନ୍ମ । ତେବେ ନୂଆ ମୁଖ୍ୟ ବିଚାରପତି କେବେ ଶପଥ ନେବେ, ଜଣାପଡ଼ିନାହିଁ । ଏଠାରେ ଆମେ ଆପଣଙ୍କୁ କହିରଖୁଛୁ, ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀ ନିକଟରେ ଅବସର ନେଇଥିଲେ । ତେବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି ଜଷ୍ଟିସ ସଞ୍ଜୁ ପଣ୍ଡା ।