ଲଘୁଚାପ ସକ୍ରିୟ: ୨୪ ଘଣ୍ଟାରେ ଏହି ୪ଟି ଜିଲ୍ଲାରେ ହେବ ପ୍ରବଳ ବର୍ଷା
ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରପକ୍ଷେ ସମ୍ଭାବ୍ୟ ଲଘୁଚାପ ଏବଂ ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ରହିବାକୁ ଚିଠି ଲେଖିଛନ୍ତି ଏସଆରସି।
ଶାନ୍ତସ୍ୱରୁପ ରାଉତ, ଭୁବନେଶ୍ୱର: ଆସୁଛି ଲଘୁଚାପ । ଆସନ୍ତା ୨୧ ତାରିଖରେ ଉତ୍ତରପଶ୍ଚିମ ସଂଲଗ୍ନ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାକୁ ଯାଉଛି । ଏହାସହ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ୮ ଟି ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ ଓ ଗଞ୍ଜାମ ରେ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର (Metrological Departmet) । ଏହାପରେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ହେବା ସହ ୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲ ୱାର୍ଣ୍ଣିଂ ଓ ୧୩ ଜିଲ୍ଲାରେ ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରିଛି କେନ୍ଦ୍ର ।
Also Read: ବୟସ ମାତ୍ର ୪ ବର୍ଷ, ହାତରେ ବ୍ୟାଟ୍ ଧରି ଧୂଆଁଦାର ବ୍ୟାଟିଂ କରୁଛି କୁନି ଶିଶୁ !
ଏହିପରି ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ବର୍ଷା ପବନ ନେଇ ସତର୍କ ସୂଚନା ଜାରି କରାଯାଇଛି । ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଅପରପକ୍ଷେ ସମ୍ଭାବ୍ୟ ଲଘୁଚାପ ଏବଂ ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ରହିବାକୁ ଚିଠି ଲେଖିଛନ୍ତି ଏସଆରସି (Special Relief Commissioner) ।