ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ସକ୍ରିୟ ହୋଇ ସାରା ଓଡିଶାକୁ ମୌସୁମୀ କଭର କରିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
Trending Photos
)
ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ରାଜ୍ୟର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ । ଚଳିତ ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡିଶା ଛୁଇଁଥିବା ବେଳେ ଆଗକୁ ଅଗ୍ରସର ହୋଇ ଆଜି ୨୪ ଜିଲ୍ଲାକୁ ଛୁଇଁଛି । କେବଳ ଦକ୍ଷିଣ ଓଡିଶାର ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, କେଉଁଝର ଓ ମୟୂରଭଂଜ ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଅଂଚଳରେ ପଂହଚିଛି ମୌସୁମୀ ବାୟୁ । ତେବେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ସକ୍ରିୟ ହୋଇ ସାରା ଓଡିଶାକୁ ମୌସୁମୀ କଭର କରିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷା ଘଡଘଡି ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ରାୟଗଡା, ଗଜପତି ଓ ଗଂଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଂଜ, ବାଲେଶ୍ବର, କେଉଁଝର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର ।
ସେହିପରି ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ଏବଂ ଦକ୍ଷୀଣ ଓଡିଶାରେ ହାଲକା ବର୍ଷା ଘଡଘଡି ହେବାର ସମ୍ଭାବନା ରହିଛି । ସେହିପରି ସମୁଦ୍ର ଅଶାନ୍ତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ପ୍ରବେଶ ନେଇ କଟକଣା ଜାରି କରିଛି କେନ୍ଦ୍ର ।