Advertisement
Article Detail0/zeeodisha/odisha695371
Zee OdishaBhubneshwarସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି କେନ୍ଦ୍ର । ଏହିସବୁ ଜିଲ୍ଲା ଗୁଡିକରେ ଚାଷୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । 

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସମସ୍ତ ଜିଲ୍ଲାରେ ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରିଛି । ତେବେ ଏହା ବର୍ତ୍ତମାନ ସକ୍ରିୟ ରହିଛି । ଏହାସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ଦୂର୍ବଳ ହେଉଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏକ ଟ୍ରଫ୍ ଲାଇନ ମଧ୍ୟ ସକ୍ରିୟ ରହିଛି । ଏସବୁ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଚଂଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟାରେ ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି କେନ୍ଦ୍ର । ଏହିସବୁ ଜିଲ୍ଲା ଗୁଡିକରେ ଚାଷୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । 

ତେବେ ଆସନ୍ତାକାଲି ପ୍ରବଳ ବର୍ଷାର ସତର୍କ ସୂଚନା ନଥିବା ବେଳେ ଉପକୂଳ ଓଡିଶାରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଜୁନ୍ ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବା ସହ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ମତ୍ସଜୀବୀଙ୍କୁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ ।

Add Zee News as a Preferred Source
About the Author