Trending Photos
)
ଭୁବନେଶ୍ୱର: ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଚା ମଧ୍ୟରେ ୪୯୪ଟି ମାମଲା ସାମ୍ନାକୁ ଆସିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କ୍ୱାରେଣ୍ଟାଇନ ସେଣ୍ଟରରେ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ମାମଲା ମଧ୍ୟ ଅନିୟନ୍ତ୍ରିତ ଭାବେ ବଢିବାରେ ଲାଗିଛି। ଗଞ୍ଜାମରେ ନିୟନ୍ତ୍ରଣ ବାହାରକୁ ଯାଉଛି କୋରୋନାର ସ୍ଥିତି।
ରାଜ୍ୟରୁ ବିଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୪୯୪ଟି ମାମଲା ମଧ୍ୟରୁ ୩୨୨ଟି କୋରୋନା ପଜିଟିଭ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସେହିଭଳି ସ୍ଥାନୀୟ ମାମଲା ୧୭୨ଟି ରହିଛି। ଫଳରେ ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୫,୩୯୨ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଦେଇଥିବା ସୂଚନା ମୁତାବକ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୧୦,୪୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୪୮୧୩ ଜଣ ଚିକିତ୍ସାଧୀନ ରହିଛନ୍ତି। ବିଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ୬୧୨ ଜଣ ସୁସ୍ଥ ହୋଇଥିବା ବିଭାଗ ସୂଚନା ଦେଇଛି।
ସେପଟେ ୨୩ଟି ଜିଲ୍ଲାରୁ ଏହି ମାମଲା ସାମ୍ନାକୁ ଆସିଛି। ଆଜି ସର୍ବାଧିକ ମାମଲା ଗଞ୍ଜାମ ଜିଲ୍ଲାରୁ ଆସିଛି। ଗଞ୍ଜାମରେ କୋରୋନା ଅନିୟନ୍ତ୍ରିତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଆଜି ସର୍ବାଧିକ ୨୪୬ଜଣ କୋରୋନା ସଂକ୍ରମିତ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି।
ସେହିପରି ଅନୁଗୋଳ, ଜଗତସିଂହପୁର ଓ ରାୟଗଡ଼ାରୁ ଜଣେ ଲେଖାଏଁ, ବାଲେଶ୍ୱରରୁ ୨୧, ଭଦ୍ରକ ଓ ପୁରୀରେ ୭ ଜଣ ଲେଖାଏଁ, ବଲାଙ୍ଗୀରରୁ ୩ ଜଣ ଲେଖାଏଁ, ବୌଦ୍ଧରୁ ୨ ଜଣ ଲେଖାଏଁ, କଟକରୁ ୩୮ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ୧୦ ଜଣ ଲେଖାଏଁ, ଖୋର୍ଦ୍ଦାରୁ ୬୪ ଜଣ, ସମ୍ବଲପୁର, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରୁ ୪ ଜଣ ଲେଖାଏଁ, ମୟୂରଭଞ୍ଜରେ ୧୪ ଜଣ, ନୟାଗଡ଼ରେ ୧୬ ଜଣ, ନୂଆପଡ଼ାରେ ୯ ଜଣ ସଂକ୍ରମିତଙ୍କ ସମ୍ପର୍କରେ ଜଣାପଡ଼ିଛି।
ସେହିପରି ଆଜି କୋରୋନା ଆଉ ଦୁଇ ଜଣଙ୍କ ମୁଣ୍ଡ ନେଇଛି। ମୃତକ ଦୁଇ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ରହିଛି। ଫଳରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି।