୧୦ ହଜାର ଛୁଇଁଲା କୋରୋନା ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୪୨

ରାଜ୍ୟରେ ରେକର୍ଡ ଭାଙ୍ଗୁଛି କୋରୋନା। କ୍ରମାଗତ ଭାବରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଚା ମଧ୍ୟରେ ୫୭୧ଟି ମାମଲା ସାମ୍ନାକୁ ଆସିଛି। ଏହି ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମ ଶୀର୍ଷରେ ରହିଛି। ଲଗାତାର ଭାବେ ଜିଲ୍ଲାରେ କୋରୋନା ମାମଲା ବୃଦ୍ଧି ପାଉଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୭୩ଟି ସଂକ୍ରମ

୧୦ ହଜାର ଛୁଇଁଲା କୋରୋନା ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ୪୨

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗୁଛି କୋରୋନା। କ୍ରମାଗତ ଭାବରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଚା ମଧ୍ୟରେ ୫୭୧ଟି ମାମଲା ସାମ୍ନାକୁ ଆସିଛି। ଏହି ସଂକ୍ରମିତଙ୍କ ମଧ୍ୟରେ ଗଞ୍ଜାମ ଶୀର୍ଷରେ ରହିଛି। ଲଗାତାର ଭାବେ ଜିଲ୍ଲାରେ କୋରୋନା ମାମଲା ବୃଦ୍ଧି ପାଉଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୭୩ଟି ସଂକ୍ରମିତ ମାମଲା ସାମ୍ନାକୁ ଆସିଛି। 

ରାଜ୍ୟରୁ ଆସିଥିବା ଏହି ମାମଲା ମଧ୍ୟରୁ ୪୦୩ଟି କ୍ୱାରେଣ୍ଟାଇନ ସେଣ୍ଟରରୁ ଆସିଥିବା ବେଳେ ସ୍ଥାନୀୟ ମାମଲା ୧୬୮ଟି ମାମଲା ରହିଛି। ଫଳରେ ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା ଦଶ ହଜାର ଛୁଇଁଛି। ସମଗ୍ର ରାଜ୍ୟରେ ଏବେ ୧୦୦୯୭ରେ କୋରୋନା ସଂକ୍ରମିତଙ୍କ ସଂଖ୍ୟା। ବିଭାଗ ଦେଇଥିବା ସୂଚନା ମୁତାବକ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୬୪୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୩୫୫୭ ଜଣ ଚିକିତ୍ସାଧୀନ ରହିଛନ୍ତି। ବିଗତ ୨୪ ଘଣ୍ଟା ମଧ୍ୟରେ ୨୬୨ ଜଣ ସୁସ୍ଥ ହୋଇଥିବା ବିଭାଗ ସୂଚନା ଦେଇଛି। 

ସେପଟେ ୨୧ଟି ଜିଲ୍ଲାରୁ ଏହି ମାମଲା ସାମ୍ନାକୁ ଆସିଛି। ଆଜି ସର୍ବାଧିକ ମାମଲା ଗଞ୍ଜାମ ଜିଲ୍ଲାରୁ ଆସିଛି। ଗଞ୍ଜାମରେ କୋରୋନା ଅନିୟନ୍ତ୍ରିତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବିଗତ କିଛି ଦିନ ହେବ ଜିଲ୍ଲାରୁ ସବୁଠାରୁ ଅଧିକ ସାମ୍ନାକୁ ଆସିଛନ୍ତି। ସେପଟେ ଆଜି ଆଉ ୪ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଅନ୍ୟ ଜଣେ କଟକ ଜିଲ୍ଲାର ରହିଛନ୍ତି।  

ଗଞ୍ଜାମର ମୃତକଙ୍କ ବୟସ ୭୦,୬୦ ଓ ୫୩ ବର୍ଷ ରହିଛନ୍ତି। ସେହିପରି କଟକରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ବୟସ ୪୮ ରହିଛି। ଏହା ବ୍ୟତୀତ ଅନ୍ୟ ଦୁଇ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମାତ୍ର କର୍କଟ କାରଣରୁ ସେମାନଙ୍କର ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। 

ସେହିପରି ଅନୁଗୋଳ ଓ ପୁରୀରୁ ୪ ଜଣ, ବାଲେଶ୍ୱରରୁ ୨୮ ଜଣ, ଭଦ୍ରକ, ଢେଙ୍କାନାଳ, ଝାରସୁଗୁଡ଼ା ଓ ନୟାଗଡ଼ରୁ ଜଣେ ଲେଖାଏଁ, ବଲାଙ୍ଗୀରରୁ ୫ ଜଣ, କଟକରୁ ୨୯ ଜଣ,ଗଜପତିରୁ ୫୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୬,, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୩୭, ମୟୂରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୭, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୬, ସୁନ୍ଦରଗଡ଼ରୁ ୫୧ ଜଣ ସଂକ୍ରମିତଙ୍କ ସମ୍ପର୍କରେ ଜଣାପଡ଼ିଛି।