ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ
Advertisement

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ

୨୦୧୯ ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ସେ ଡେପ୍ୟୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । 

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାର ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା (ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ଭାରତ ସରକାର ନିଯୁକ୍ତ କରିଛନ୍ତି ।  

ବିନୟ ଶ୍ରୀକାନ୍ତ ପ୍ରଧାନ  (Binay Srikanth Pradhan) ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚଶିକ୍ଷା (Higher Studies) ଲାଭ କରିଥିଲେ । ୨୦୧୯ ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ସେ ଡେପ୍ୟୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମୋସ୍କୋ (Mosco), ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସ (Embassy of India) ରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି । 

Also Read: ICMR ର ରାଜ୍ୟକୁ ପରାମର୍ଶ - ମାଧ୍ୟମିକ ପରିବର୍ତ୍ତେ ପ୍ରଥମେ ପ୍ରାଥମିକ ବିଦ୍ୟାଳୟ ଖୋଲ, ଜାଣନ୍ତୁ କାରଣ

୨୦୧୨ ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ (Iran) ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାର (Central Government) ଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ ।