Odisha Fire Fighter, ଭୁବନେଶ୍ୱର: ବର୍ତ୍ତମାନ ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି। ବିଭିନ୍ନ ବିପର୍ଯ୍ୟୟ, ବିଶେଷ କରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ବରାନ୍ବିତ ଭାବରେ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି Striking Fire Force ଗଠନ କରାଯିବ। ୧୪୪ ସଦସ୍ୟ ବିଶିଷ୍ଟ Forceକୁ ୩ଟି ୟୁନିଟରେ ବିଭକ୍ତ କରାଯିବ। ଏହି ୟୁନିଟ କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ରହିବେ। Striking Fire Force ବିପର୍ଯ୍ୟୟ ସମୟରେ ତ୍ବରିତ ଉଦ୍ଧାର କାର୍ଯ୍ୟ ପାଇଁ ନିୟୋଜିତ ହେବେ। 


COMMERCIAL BREAK
SCROLL TO CONTINUE READING

ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ Striking Fire Forceକୁ ନେଇ ଏକ ପ୍ରସ୍ତାବ ଉପସ୍ଥାପନା କରାଯାଇଥିଲା। ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବା ପରେ ଯାହାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି Striking Fire Forceର ୩ଟି Range Headquarter ରହିବ। ପ୍ରତ୍ୟେକ Range Headquarter ପାଇଁ ୪୮ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୪୪ଟି ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେସନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେସନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ।


Also Read: Kalia Yojana: ଏହି ଦିନ ମିଳିବ 'କାଳିଆ' ସହାୟତା, ୪୧ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୮୦୦ କୋଟି ଟଙ୍କା


 


ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡିଶା ଅଗ୍ନିଶମ ସେବା First Responder ଭାବରେ କାର୍ଯ୍ୟ କରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି। ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଏପରିକି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି। ତେଣୁ ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧ୍ୟୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ପ୍ରସ୍ତାବ ଉପସ୍ଥାପନାରେ କୁହାଯାଇଥିଲା।


Striking Fire Forceକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା (Modern Gadgets) ଯୋଗାଇ ଦେଇ ଏକ ଦକ୍ଷ କୌଶଳ ସଂପନ୍ନ ଟିମ ଭାବରେ ବିକଶିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭିକେ ପାଣ୍ଡିଆନ ସଂଚଳନା କରିଥିଲେ। ଅଗ୍ନିଶମ ବିଭାଗର ଡିଜି ସନ୍ତୋଷ ଉପାଧ୍ୟୟ ପ୍ରସ୍ତାବ ସମ୍ପର୍କରେ ଉପସ୍ଥାପନା କରିଥିଲେ। ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଂଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।