ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ୧୧% ବୃଦ୍ଧି କରିବା ସହ dearness relief ଘୋଷଣା କରିଛନ୍ତି।
Trending Photos
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂଜା ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଉପହାର ଦେଲେ ନବୀନ ସରକାର! ଆକ୍ଟୋବର ଦରମାରେ ଏହି ବର୍ଦ୍ଧିତ ଭତ୍ତା ମିଳିବ।
ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ୧୧% ବୃଦ୍ଧି କରିବା ସହ dearness relief ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ।
Also Read: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା କ୍ଲେମ୍ ୬ ଲକ୍ଷ ଟଙ୍କାକୁ ବୃଦ୍ଧି
ବର୍ତ୍ତମାନ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ଏହାକୁ ପିଛିଲା ଭାବରେ ଭତ୍ତା ଲାଗୁ ହେବ। ଆସନ୍ତା ଅକ୍ଟୋବରରୁ ନୂଆ ଭତ୍ତା ମିଳିବ। ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ଦିଆଯିବ ।