ରାଜ୍ୟ ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା କ୍ଲେମ୍ ୬ ଲକ୍ଷ ଟଙ୍କାକୁ ବୃଦ୍ଧି
Advertisement
Article Detail0/zeeodisha/odisha1002702

ରାଜ୍ୟ ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା କ୍ଲେମ୍ ୬ ଲକ୍ଷ ଟଙ୍କାକୁ ବୃଦ୍ଧି

କର୍ମଚାରୀମାନଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା। ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ।

ଫାଇଲ ଫଟୋ

ଭୁବନେଶ୍ୱର: ପାର୍ବ ଋତୁରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି।  ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (GIS) ଦେୟରେ ସଂଶୋଧନ କରିଛନ୍ତି। କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି ହୋଇଛି।

କର୍ମଚାରୀମାନଙ୍କ ପାଇଁ GIS ଏକ ସାମାଜିକ ସୁରକ୍ଷା ଯୋଜନା। ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ। ଗୋଷ୍ଠୀ ବୀମା ଯୋଜନାରେ ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ GIS ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। 

Also Read: ଆଉ ୪ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀ ବିଦା, କଟିଲାଣି ୧୨୨ଙ୍କ ପତ୍ତା

ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ GIS  ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା। ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ସେହିପରି କର୍ମଚାରୀଙ୍କ ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ GIS ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।