ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ: ଦୁଇ ଦିନ ଛେଚିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି।
ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ସୁଦୃଶ ଲଘୁଚାପ କ୍ଷେତ୍ର ବା ଓ୍ବେଲ୍ ମାର୍କଡ ଲୋ ପ୍ରେସରରେରେ ପରିଣତ ହୋଇସାରିଛି। ଏହାସହ ଜଡ଼ିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଗୁଜୁରାଟ ନିକଟରେ ଆରବ ମହାସାଗରରେ ମଧ୍ୟ ଲଘୁଚାପ ବଳୟ ସୃଷ୍ଟି ହୋଇଛି।
ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଯାହା ପ୍ରଭାବରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ୩୦ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Also Read: ESI ବୀମାଭୁକ୍ତ କର୍ମଚାରୀଙ୍କୁ ଖୁସି ଖବର ଦେଲେ କେନ୍ଦ୍ର ସରକାର
ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗୋଟାଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେଉଁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ନେଇ ଅରେଂଜ ୱାର୍ଣ୍ଣିଂ, ୬ ଜିଲ୍ଲା ଅନୁଗୁଳ, ଦେଓଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ଵର ଓ ଢେଙ୍କାନାଳକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହାସହ ସମୁଦ୍ର ଅଶାନ୍ତ ହେତୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ବାରଣ କରାଯାଇଛି।