ଆଜି ଘନୀଭୂତ ହେବ ଲଘୁଚାପ, ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
Advertisement

ଆଜି ଘନୀଭୂତ ହେବ ଲଘୁଚାପ, ୨୪ ଘଣ୍ଟା ପାଇଁ ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲା ଗଂଜାମ, ଗଜପତି, ରାୟଗଡା ଓ କନ୍ଧମାଳରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଏହାସହ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ସୌ- @mcbbsr

ଭୁବନେଶ୍ୱର: ଶୁକ୍ରବାର ଥାଇଲାଣ୍ଡ ଉପକୂଳ ଅଂଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଦକ୍ଷିଣ ଆଣ୍ଡାମାନ ସାଗର ଆଡକୁ ଗତି କରି ଶନିବାର ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ୧୫ ତାରିଖ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷୀଣପୂର୍ବ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହାର ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡିଶା ପ୍ରଭାବିତ ହେବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲା ଗଂଜାମ, ଗଜପତି, ରାୟଗଡା ଓ କନ୍ଧମାଳରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। ଏହାସହ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାରେ ଘଡଘଡି ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

Also Read: ସିଏମ୍ ନବୀନଙ୍କ Zero Tolerance ନୀତି; ବିଦା ହେଲେ ଆଉ ୮ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀ

୧୫ ତାରିଖ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷୀଣପୂର୍ବ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହାର ପ୍ରଭାବରେ ୧୬ ଓ ୧୭ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।ଶନିବାର ମଧ୍ୟାହ୍ନ ସୁଦ୍ଧା ଗଞ୍ଜାମ, ନୟାଗଡ, କନ୍ଧମାଳ, ବୌଦ୍ଧ, ଗଜପତି, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, କଟକ ଓ କେନ୍ଦୁଝରର କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା, ଘଡଘଡି ସହ ବଜ୍ରପାତ ସମ୍ଭାବନା ଅଛି। ୧୫ ତାରିଖ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବକେନ୍ଦ୍ରୀୟ ସଂଲଗ୍ନ ଦକ୍ଷୀଣପୂର୍ବ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହାର ପ୍ରଭାବରେ ୧୬ ଓ ୧୭ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

 

fallback

ଏହାସହ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ବଢିବ ବୋଲି ସୂଚନା ଦେଇଛି କେନ୍ଦ୍ର। ପ୍ରବଳ ବର୍ଷା ସମ୍ଭାବନା ନେଇ ପାଚିଲା ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବା ଲାଗି ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଥିବା ବେଳେ ସତର୍କ ରହିବାକୁ ଜିଲ୍ଳାପାଳମାନଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।