)
ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: Odisha Weather Update: ୧୨ ଘଣ୍ଟାରେ ପ୍ରବଳ ବର୍ଷା (Heavy Rain) ସମ୍ଭାବନା । ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରଫ୍ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା (Heavy Rain) ହେବାର ସମ୍ଭାବନା ରହିଛି । ବିଶେଷ କରି ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅଧିକ ପ୍ରଭାବ ରହିବା ସହ ମୟୂରଭଂଜ, କେଉଁଝର, ଦେଉଗଡ, ସୁନ୍ଦରଗଡ, ଅନୁଗୁଳ, ବାଲେଶ୍ୱର ଜିଲ୍ଲାରେ ଅତି ପ୍ରବଳ ବର୍ଷା, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ, ଗଜପତି, ସମ୍ବଲପୁର ଓ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅଧିକ ପଢ଼ନ୍ତୁ:-ଗୁଜୁରାଟରେ ବିଜେପିକୁ ଝଟକା, କଂଗ୍ରେସ ଜିତିଲା ୧୧ରୁ ୮ଟି ଆସନ
ଏହାସହ ବାକି କିଛି ଜିଲ୍ଲାକୁ ଘଡଘଡି ସହ ବଜ୍ରପାତ ଓ ବିଜୁଳି ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ମଧ୍ୟ ୮ ଜିଲ୍ଲାକୁ ପ୍ରବଳ ଓ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସହ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି ।