ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ; ଦୁଇ ଦିନ ଅଧା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha980241

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ; ଦୁଇ ଦିନ ଅଧା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାର ଓ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। 

ପ୍ରତିକାତ୍ମକ ଫଟୋ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଲଘୁଚାପ ପ୍ରଭାବ ପ୍ରବଳ ବର୍ଷା ନେଇ ସୋମବାର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ସୋମବାର ଓ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ସୋମବାର ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Also Read: ଘୂର୍ଣ୍ଣୀବଳୟ ଘନୀଭୂତ; ନିଅଣ୍ଟିଆ ବର୍ଷା ଭରଣା କରିବ କି ଲଘୁଚାପ?

ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ପାଣପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। 

ଏହାଛଡ଼ା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ତଥା ତତ୍ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ରହିବାର ସମ୍ଭାବନା ରହିଛି। ତେଣୁ ୬ ଓ ୭ ତାରିଖ ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।