ପୁଣି ଓଡ଼ିଶାକୁ ବାତ୍ୟା ଭୟ, ୪ ଦିନ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଆଉ ଏକ ବାତ୍ୟା ଆସୁଛି। ଆଣ୍ଡାମାନ ସାଗରର ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆଶଙ୍କା ରହିଛି। ସମ୍ଭାବ୍ୟ ବାତ୍ୟାକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରତିକ୍ରୟା ରଖିଛନ୍ତି। ମଙ୍ଗଳବାର ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ ବୋଲି ଆକଳନ କରାଯାଇଛି।
ଭୁବନେଶ୍ୱର: ପୁଣି ଓଡ଼ିଶାକୁ ବାତ୍ୟା ଭୟ ଘାରିଛି। ନଭେମ୍ବର ୩୦ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଡିସେମ୍ବର ୨ରୁ ଅବପାତ ରୂପ ନେଇ ୫ ଯାଏ ବର୍ଷିବା ନେଇ IMD ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଆକଳନ କରିଛନ୍ତି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।
ଆଉ ଏକ ବାତ୍ୟା ଆସୁଛି। ଆଣ୍ଡାମାନ ସାଗରର ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆଶଙ୍କା ରହିଛି। ସମ୍ଭାବ୍ୟ ବାତ୍ୟାକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରତିକ୍ରୟା ରଖିଛନ୍ତି। ମଙ୍ଗଳବାର ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ପଶ୍ଚିମ ଓ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ ବୋଲି ଆକଳନ କରାଯାଇଛି। ଯାହା ଡିସେମ୍ବର ୨ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୨ରୁ ୫ ତାରିଖ ମଧ୍ୟରେ ବର୍ଷା ହୋଇପାରେ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରିବା ସହ ଚାଷୀଙ୍କୁ ଅମଳ ଧାନକୁ ସୁରକ୍ଷିତ ରଖିବା ପାଇଁ ସତର୍କ ସୂଚନା ଦିଆଯାଇଛି।
Also Read: ଘରଚଟିଆଙ୍କ ଦାୟିତ୍ୱ ନେଲା ଚଢ଼େଇ କ୍ଲବ
ସମ୍ଭାବ୍ୟ ଲଘୁଚାପକୁ ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍ଆରସି ଚିଠି ଲେଖିଛନ୍ତି। ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଏସଆରସି କହିଛନ୍ତି। ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ସେ ଚିଠି ଲେଖିଛନ୍ତି। ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସହ ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ବର୍ଷା ହେବାର ସମ୍ଭାବନା ରହିଛି।
ବର୍ତ୍ତମାନ ଧାନ ଫସଲର ଅମଳ ଋତୁ ଚାଲିଥିବା ବେଳେ ଆସୁଥିବା ଲଘୁଚାପ ଚାଷୀଙ୍କୁ କ୍ଷତି ପହଞ୍ଚାଇପାରେ। ଏଣୁ ଚାଷୀମାନଙ୍କୁ ଆଗୁଆ ସତର୍କ କରିବା ସହ ଅଧିକ ବର୍ଷାର ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସଜାଗ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟର ଛଅଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଆସନ୍ତା ୨ ଓ ୩ ତାରିଖରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।