Weather Alert: ବ୍ରଜପାତ ସହ ବର୍ଷା ନେଇ ପୂର୍ବାନୁମାନ ଜାରିକଲା ପାଣିପାଗ ବିଭାଗ
Advertisement
Article Detail0/zeeodisha/odisha1618864

Weather Alert: ବ୍ରଜପାତ ସହ ବର୍ଷା ନେଇ ପୂର୍ବାନୁମାନ ଜାରିକଲା ପାଣିପାଗ ବିଭାଗ

Odisha Weather Alert:  ମାର୍ଚ୍ଚ ୨୦ ତାରିଖ ସୋମବାର ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Weather Alert: ବ୍ରଜପାତ ସହ ବର୍ଷା ନେଇ ପୂର୍ବାନୁମାନ ଜାରିକଲା ପାଣିପାଗ ବିଭାଗ

Odisha Weather Forecast: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ସମେତ ରାଜ୍ୟର ଅନ୍ୟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବ୍ରଜପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଆଗାମୀ ୨-୩ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ଅର୍ଥାତ ଦିନ ସମୟର ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଏହା ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅନେକ ସ୍ଥାନରେ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ।