ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
X

ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ରାଜ୍ୟର ୧୧ ଜିଲ୍ଲା ବାଲେଶ୍ବର, ମୟୂରଭଂଜ, କେଉଁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରିଛି। 

ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ମୁହାଁ ହୋଇ ଗାଙ୍ଗେୟଟିକ୍ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଂଚଳରେ ସକ୍ରିୟ ରହିଛି। ଏହାସହ ମନସୁନ୍ ଟ୍ରଫ୍ ମଧ୍ୟ ସକ୍ରିୟ ରହିଛି। ଏସବୁ ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିକ୍ଷିପ୍ତ ଭାବେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ରାଜ୍ୟର ୧୧ ଜିଲ୍ଲା ବାଲେଶ୍ବର, ମୟୂରଭଂଜ, କେଉଁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରିଛି। ସେହିପରି ପଶ୍ଚିମ ଓଡିଶା (Western Odisha) ର ୯ଟି ଜିଲ୍ଲାକୁ ପ୍ରବଳ ବର୍ଷା (Heavy Rain) ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପର ଠାରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। 

Also Read: ଅଶାନ୍ତ ବଙ୍ଗୋପସାଗର! ଆଗକୁ ଆଉ ଦୁଇଟି ଲଘୁଚାପ, ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ଅଶାନ୍ତ ହେତୁ ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ହେତୁ ଆସନ୍ତା ୨୪ ଘଣ୍ଟା ସମୁଦ୍ର ପ୍ରବେଶ ନେଇ ବାରଣ କରାଯାଇଛି। ଅପରପଟେ ଆସନ୍ତା ୨୫ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର (Bay Of Bengal) ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ହେତୁ ୨୬ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। 

 

 

 

 

 

 

 

 

 

Trending news