ଉତ୍କଳ ଦିବସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
Advertisement

ଉତ୍କଳ ଦିବସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ଆଜିର ଦିନଟି ଓଡ଼ିଆଙ୍କ ପାଇଁ ବେଶ୍ ମହତ୍ତ୍ୱପୂର୍ଣ୍ଣ । ଏହି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ପ୍ରମୁଖ ଟ୍ୱିଟ କରି ଅଭିନନ୍ଦନ ଜଣାଇଛନ୍ତି । 

ଫାଇଲ ଫଟୋ

ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ଠିକ୍ ଆଜିର ଦିନରେ ଦେଶର ଭାଷା ଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଗଠନ ହୋଇଥିଲା । ଏହା ଗୋରା ଶାସନ ସମୟର କଥା । ୧୯୩୬ ମସିହାରେ ଓଡ଼ିଶାକୁ ମିଳିଥିଲା ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା । ତେବେ ଆଜିର ଦିନଟି ଓଡ଼ିଆଙ୍କ ପାଇଁ ବେଶ୍ ମହତ୍ତ୍ୱପୂର୍ଣ୍ଣ । ଏହି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ପ୍ରମୁଖ ଟ୍ୱିଟ କରି ଅଭିନନ୍ଦନ ଜଣାଇଛନ୍ତି । 

ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଟ୍ୱିଟରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହାସହ ରାଜ୍ୟର ଉଜ୍ୱଳମୟ ଭବିଷ୍ୟତ ମଧ୍ୟ କାମନା କରିଛନ୍ତି । 

ସେହିପରି ଓଡ଼ିଶାର ପ୍ରଗତି ପାଇଁ ପ୍ରାର୍ଥନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । 

ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍ । 

ଓଡ଼ିଆଙ୍କ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆକୁ ମନେପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।