ତାତିରୁ ମିଳିବ ଆଶ୍ୱସ୍ତି, ଘୂର୍ଣ୍ଣିବଳୟ ପ୍ରଭାବରେ ହାଲୁକା ବର୍ଷା ସମ୍ଭାବନା
Advertisement
Article Detail0/zeeodisha/odisha863914

ତାତିରୁ ମିଳିବ ଆଶ୍ୱସ୍ତି, ଘୂର୍ଣ୍ଣିବଳୟ ପ୍ରଭାବରେ ହାଲୁକା ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। 

ତାତିରୁ ମିଳିବ ଆଶ୍ୱସ୍ତି, ଘୂର୍ଣ୍ଣିବଳୟ ପ୍ରଭାବରେ ହାଲୁକା ବର୍ଷା ସମ୍ଭାବନା

ଶାନ୍ତସ୍ବରୂପ ରାଉତ,ଭୁବନେଶ୍ବର: ତାତିରୁ ମିଳିବ ତ୍ରାହି ଆଉ ୩ ଦିନ ଇନ୍ଦ୍ର ଦେବଙ୍କ ଆଶୀର୍ବାଦ। ରାଜ୍ୟରେ ସକ୍ରିୟ ହୋଇଉଠିଛି ଘୂର୍ଣ୍ଣିବଳୟ। ରାଜ୍ୟରେ ଲଗାତାର ଗତ କିଛି ଦିନ ଧରି ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଦିନ ବେଳା ଅସହ୍ୟ ତାତି ପରିଲକ୍ଷିତ ହେଉଥିଲା। ଏବେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ଏଥିରୁ ସାମାନ୍ୟ ତ୍ରାହି ମିଳିବାକୁ ଯାଉଛି। 

ପଡୋଶୀ ଝାଡଖଣ୍ଡ ସହ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଦୁର୍ବଳ ହେଉଥିବା ବେଳେ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ସହ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା (Light Rain) ସହ ବଜ୍ରପାତ (Lightning) ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା କେଉଁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। 

ଏହାସହ ଆସନ୍ତାକାଲି ଉତ୍ତର ପଶ୍ଚିମ ଓଡିଶାର ୭ ଜିଲ୍ଲା ଝାରସୁଗୁଡା, ସୁନ୍ଦରଗଡ, ଅନୁଗୁଳ, କେଉଁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାପରେ ୧୩ ତାରିଖରୁ ୧୪ ସକାଳ ପର୍ଯ୍ୟନ୍ତ ମଧ୍ୟ ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଲାଗି ରହିବ। ସେପଟେ ଆସନ୍ତା ୪-୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଅପରିବର୍ତ୍ତିତ ରହିବା ସହ ଏହାର ପରବର୍ତ୍ତୀ ୨ ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୨-୩ ଡିଗ୍ରୀ ଉଚ୍ଚା ରହିବା ନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ବାସ କହିଛନ୍ତି।