ବର୍ଷା ସମ୍ଭାବନା, କାଲିଠୁ ହୋଇପାରେ ପାଗରେ ପରିବର୍ତ୍ତନ
Advertisement

ବର୍ଷା ସମ୍ଭାବନା, କାଲିଠୁ ହୋଇପାରେ ପାଗରେ ପରିବର୍ତ୍ତନ

୨ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବର୍ଷାର ପ୍ରକୋପ ରହିବା ଜାରି ରହିବା ସହ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟା

ବର୍ଷା ସମ୍ଭାବନା, କାଲିଠୁ ହୋଇପାରେ ପାଗରେ ପରିବର୍ତ୍ତନ

ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: ୨ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବର୍ଷାର ପ୍ରକୋପ ରହିବା ଜାରି ରହିବା ସହ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେଉଁଝର, ଓ ମୟୂରଭଂଜ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

ଏହାପରେ ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ୨୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ଏବଂ କାଁ ଭାଁ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ପଶ୍ଚିମ ରାଜସ୍ଥାନରୁ ପ୍ରତ୍ୟାହାର ହେବା ନେଇ ପାଗ ଅନୁକୂଳ ଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।