• ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ୨୬-୨୭ରେ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହେବ
  • ରୁଷିକୂଲ୍ୟା ଏବଂ ନାଗାବଳୀ ନଦୀରେ ବନ୍ୟା ଆଶଙ୍କା
  • ଖାଲୁଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି : SRC
  • ଆସନ୍ତାକାଲି ସଂଧ୍ୟା ସୁଦ୍ଧା କଳିଙ୍ଗପାଟନମ ନିକଟ ଉପକୂଳରେ ବାତ୍ୟା ମାଡ଼ ହେବା ଆଶଙ୍କା
  • ସମ୍ଭାବ୍ୟ ବାତ୍ୟା ପାଇଁ ଗଜପତି ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
  • ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୬୦୨ କୋରୋନା ଆକ୍ରାନ୍ତ ଚିହ୍ନଟ, ୪୯୪ ସୁସ୍ଥ
  • ରାଜ୍ୟରେ ୨୪ ଘଣ୍ଟାରେ ୭ ଆକ୍ରାନ୍ତଙ୍କ ଜୀବନ ନେଲା କୋରୋନା
  • ମୁଣ୍ଡଳୀ ବ୍ୟାରେଜରେ ଓଡ୍ରାଫ ବୋଟ ଓଲଟିବା ଘଟଣା
  • ହାତୀ ଓ ନିଖୋଜ ଓଡ୍ରାଫ ଯବାନଙ୍କ ମିଳୁନି ପତ୍ତା

୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି।

୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି
ଫଟୋ ସୌଜନ୍ୟ: ଟ୍ୱିଟର@mcbbsr

ଭୁବନେଶ୍ୱର: ଆହୁରି ୪୮ ଘଣ୍ଟା ବର୍ଷିବ। ଏନେଇ ୧୦ ଜିଲ୍ଲା ଉଦ୍ଦେଶ୍ୟରେ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ବଙ୍ଗୋପ ସାଗରରେ ସୃଷ୍ଟ ୱେଲ୍ ମାର୍କଡ୍ ଲୋ ପ୍ରେସର ଶୁକ୍ରବାର ଏକ ଘୂର୍ଣ୍ଣୀବଳୟ ସହ ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି। ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ବିହାର ଓ ଉତ୍ତର ପ୍ରଦେଶ ଦେଇ ଅତିକ୍ରମ କରିବ। ରାଜ୍ୟରେ ଏହାର ପ୍ରଭାବ ଧିରେ ଧିରେ କ୍ଷୀଣ ହେବ।

ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା (Light to Moderate Rainfall) ସହ କେତେକ ଜିଲ୍ଲାରେ ପ୍ରବଳ ବର୍ଷା (Heavy Rain) ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର ଜିଲ୍ଲାରେ ଅତି ପ୍ରବଳ ଏବଂ ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ମୟୂରଭଞ୍ଜ, ସୋନପୁର, ବଲାଙ୍ଗୀର, ନୂଆପଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ (Yellow Warning for Rain) ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର (Bhubaneswar Meteorological Centre)।  

Also Read: ଘନୀଭୂତ ହୋଇ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇଲା ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ

ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ସେପଟେ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ଦକ୍ଷୀଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହାସହ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ନେଇ ବାରଣ କରାଯାଇଛି।