Weather Update : ସାରା ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରଭାବରେ ସୋମବାର ଠାରୁ ବର୍ଷା ଆରମ୍ଭ ହୋଇଛି। ଆଗାମୀ ୫ ଦିନ ପାଇଁ ରାଜ୍ୟର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଏହି ସମୟରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 


COMMERCIAL BREAK
SCROLL TO CONTINUE READING

ସୋମବାର ଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ଆରମ୍ଭ ହୋଇଛି। ଆଜିଠାରୁ ୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ପ୍ରବଳ ବର୍ଷା ସମ୍ଭାବନା ଅଛି। ସେଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସମଗ୍ର ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। 


କେଉଁ ଜିଲ୍ଲାରେ କେବେ ବର୍ଷା?


ମଙ୍ଗଳବାର (ସକାଳ ସାଢେ ଆଠରୁ) 


ବଜ୍ରପାତ ସହ ପ୍ରବଳ ବର୍ଷା- ମାଲକାନଗିରି (ବଜ୍ରପାତ ନାହିଁ), କୋରୋପୁଟ (ବଜ୍ରପାତ ନାହିଁ), ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ


ବଜ୍ରପାତ ସହ ବର୍ଷା- ଗଞ୍ଜାମ, କନ୍ଧମାଳ, ଦେବଗଡ, ସମ୍ବଲପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ।


Also Read: CPET-2022 and PG admission: UG ପରୀକ୍ଷା ନ ସରୁଣୁ PG ନାମଲେଖା ବିଜ୍ଞପ୍ତି


ବୁଧବାର (ସକାଳ ସାଢେ ଆଠରୁ) 


ପ୍ରବଳ ବର୍ଷା- କନ୍ଧମାଳ, ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, ଅନୁଗୁଳ, ଭଦ୍ରକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର।


ଗୁରୁବାର (ସକାଳ ସାଢେ ଆଠରୁ)


ପ୍ରବଳ ବର୍ଷା- ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ।


ଶୁକ୍ରବାର (ସକାଳ ସାଢେ ଆଠରୁ)


ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ସୋନପୁର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଟର, କେନ୍ଦ୍ରାପଡା, ଜଗତସିଂହପୁର।