ଭୁବନେଶ୍ୱର: ଆଗାମୀ ୧୦ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଗୋଟିଏ ଘୁର୍ଣିବଳୟ ବର୍ତ୍ତମାନ ବଙ୍ଗୋପସାଗରରେ ରହିଥିବା ବେଳେ ଆଗାମୀ କିଛି ଦିନ ମଧ୍ୟରେ ଏକାଧିକ ଲଘୁଚାପ କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି ବୋଲି ସିଇସିର ନିର୍ଦେଶକ ଡ଼ଃ ଶରତ ଚନ୍ଦ୍ର ସାହୁ କହିଛନ୍ତି।


COMMERCIAL BREAK
SCROLL TO CONTINUE READING

ଘୁର୍ଣ୍ଣି ବଳୟ ଗୁଡିକ ଦକ୍ଷିଣ ଚୀନ ସାଗରରୁ ପଶ୍ଚିମ ଦିଗକୁ ଗତି କରି ମ୍ୟାଁମାର ଓ ଥାଇଲାଣ୍ଡ ଦେଇ ବଙ୍ଗୋପସାଗର ଆଡ଼କୁ ମୁହାଁଉଛନ୍ତି। ଏହା ମଧ୍ୟରୁ ଗୋଟିଏ ଘୁର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସ୍ଥିର ରହିଛି ଓ ଏହାର ପ୍ରଭାବରେ ଓଡିଶାର ଅଧିକାଂଶ ସ୍ଥାନରେ ରବିବାର ଠାରୁ ସେପ୍ଟେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। 


Also Read: ହୀରାକୁଦ ଡ୍ୟାମର ସ୍ଥିତି ସାଙ୍ଘାତିକ, ଫୁଟେ ତଳେ ବନ୍ୟା ପାଣି


ସେପ୍ଟେମ୍ବର ୨୦ରୁ ୨୨ ତାରିଖ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, ଦେଓଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, କନ୍ଧମାଳ, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସିର ନିର୍ଦେଶକ ଡ଼ଃ ଶରତ ଚନ୍ଦ୍ର କହିଛନ୍ତି।


ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୪ ତାରିଖରେ ଅନ୍ୟଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସହ ସେପ୍ଟେମ୍ବର ୨୫ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ସେପ୍ଟେମ୍ବର ୨୬ ତାରିଖରେ ଲଘୁଚାପ, ଅବପାତର ରୂପ ନେବାର ସମ୍ଭାବନା ଥିବା ଜଣାପଡିଛି। ଏହାର ପ୍ରଭାବରେ ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଉପକୂଳ ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଭଦ୍ରକ ଜିଲ୍ଲା ଦେଇ ଉତ୍ତର ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ବୋଲି ଡ଼ଃ ସାହୁ କହିଛନ୍ତି।


Also Read: ଉପକୂଳ ମୁହାଁହେଉଛି ଘୂର୍ଣ୍ଣୀବଳୟ; ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି


ଅନ୍ୟ ଏକ ଘୁର୍ଣ୍ଣି ବଳୟ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସେପ୍ଟେମ୍ବର ୨୬ ତାରିଖରେ କେନ୍ଦ୍ରୀଭୂତ ହେବାର ସମ୍ଭାବନା ଥିବା ବେଳେ ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।