ବୁଧବାର ପାଇଁ ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ ଓ ମୟୂରଭଞ୍ଜ ପାଇଁ ଏବଂ ୩୧ ତାରିଖରେ ବୌଦ୍ଧ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ଅନୁଗୋଳ ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରାଯାଇଛି।
Trending Photos
ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଗକୁ ରାଜ୍ୟରେ ତାତି ଆହୁରି ବଢିବ। ଆସନ୍ତା ତିନି ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ। ବୁଧବାର ଠାରୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି। ଫଳରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବୁଧବାର ପାଇଁ ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ ଓ ମୟୂରଭଞ୍ଜ ପାଇଁ ଏବଂ ୩୧ ତାରିଖରେ ବୌଦ୍ଧ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ଅନୁଗୋଳ ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରାଯାଇଛି। ତେବେ ଏପ୍ରିଲ ୧ ତାରିଖରେ ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ସମୟରେ ଘରୁ ବାହାରକୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Also Read: ସଙ୍କଟ!! ବଢ଼ିଲା ସମୁଦ୍ରର ଜଳସ୍ତର, ଭାରତର ଏହି ସବୁ ସହର ବୁଡ଼ିଯିବ
ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁଯାୟୀ, ମଙ୍ଗଳବାରର ଓଡ଼ିଶାର ୭ଟି ସହରରେ ଦିନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ସାରା ରାଜ୍ୟରେ ୪୧.୫ ଡିଗ୍ରୀ ସହ ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଫୁଲବାଣୀରେ ସର୍ବନୀମ୍ନ ୧୭ ଡିଗ୍ରୀ ରେକର୍ଡ କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶା ଓ ଉପକୂଳର କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ରାଜଧାନୀ ଭୁବନେଶ୍ବରର ସର୍ବାଧିକ ଦିନ ତାପମାତ୍ରା (Temprature) ୩୬.୫ ଡିଗ୍ରୀ ରହିଥିବାବେଳେ ସର୍ବନୀମ୍ନ ୨୩.୮ ଡିଗ୍ରୀ ରହିଥିଲା।
ଆସନ୍ତା ଦୁଇ ଦିନରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏହି ଅଞ୍ଚଳରେ ସ୍ୱଭାବିକ ଠାରୁ ଦେଢ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବଷ ଏପ୍ରିଲ ୫ ବେଳକୁ ରାଜ୍ୟରେ କିଛି ସରହର ତାପମାତ୍ରା ୪୨ ଡିଗ୍ରୀ ଟପିପାରେ। ଏପ୍ରିଲ ପ୍ରଥମ ସପ୍ତାହର ଶେଷ ବେଳକୁ ଦିନର ତାପମାତ୍ରା ଦେଢ ଡିଗ୍ରୀ ପର୍ଯ୍ୟନ୍ତ ବଢିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।