ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha875492

ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି।

ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉପରମୁହାଁ ହେଉଛି ତାତି। ଗ୍ରୀଷ୍ମ ପ୍ରବାହ ନେଇ ୨୦ ଜିଲ୍ଲା ପାଇଁ ଜାରି ହୋଇଛି ସତର୍କତା। ଚଳିତ ବର୍ଷ ମାର୍ଚ୍ଚ ୩୦ ତାରିଖରେ ରାଜ୍ୟରେ ୧୬ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଅତିକ୍ରମ କରିଛି। ୪୪ ଡିଗ୍ରୀ ସେଲସିୟସ ସହ ବାରିପଦା ରାଜ୍ୟର ସବୁଠୁ ତତଲା ସହର ଭାବେ ପରିଗଣିତ ହୋଇଛି।

ସେପଟେ ପଶ୍ଚିମ ଦିଗରୁ ମୁଖ୍ୟତଃ ଭାବେ ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ତଥା ସ୍ଥାନୀୟ ଗରମ ପ୍ରଭାବରୁ ରାଜ୍ୟର ଉତ୍ତର,ଦକ୍ଷିଣ, ଆଭ୍ୟନ୍ତରୀଣ ଏବଂ ଉପକୂଳବର୍ତ୍ତୀ ଭାଗରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ (Heatwave) ଅନୁଭୂତ ହେବାର ସମ୍ଭାବନା ରହିଥିବା ନେଇ ବିଭିନ୍ନ ଜିଲ୍ଲା ଉଦ୍ଦେଶ୍ୟରେ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Also Read: ଆଗକୁ ଆହୁରି ବଢିବ ତାପମାତ୍ରା; ଗ୍ରୀଷ୍ମ ଲହରୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି

 

ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର ଆଦି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Also  Read: ବଢିବ ତାପମାତ୍ରା; ଆଗାମୀ ଦୁଇ ଦିନ ବର୍ଷା ଘଡଘଡି ସମ୍ଭାବନା

 

ଏହାକୁ ଦୃଷ୍ଟିରେ ରଖି ବୃଦ୍ଧ, ଶିଶୁ, ଅସୁସ୍ଥ କିମ୍ବା ମୋଟା ଲୋକଙ୍କୁ ବିଶେଷ ଧ୍ୟାନ ଦେବାକୁ କୁହାଯାଇଛି। ଏହା ପରେ ଆସନ୍ତାକାଲି ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସାଙ୍ଗକୁ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହାପରେ ତାପମାତ୍ରାରେ ସାମାନ୍ୟ ପରିବର୍ତ୍ତନ ହେବା ନେଇ ପୂର୍ବାନୁମାନ କରାଯାଇଛି। ବାୟୁମଣ୍ଡଳୀୟ ଚାପର ତାରତମ୍ୟ ହେତୁ ବଙ୍ଗୋପସାଗରର ଉତ୍ତର ପଶ୍ଚିମ ଭାଗରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏହି ଅଞ୍ଚଳକୁ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। 

;