)
ଭୁବନେଶ୍ବର: ଆସୁଛି କାଳବୈଶାଖୀ। ଏହାର ଆଗମନକୁ ଦୃଷ୍ଟିରେ ରଖି ୪୮ ଘଣ୍ଟା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ମହାରାଷ୍ଟ୍ରର ବିଦର୍ଭ ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ମଧ୍ୟ ପ୍ରଦେଶ ଏବଂ ଏହାର ନିକଟବର୍ତ୍ତୀ ବିଦର୍ଭ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୦.୯ କିଲୋମିଟର ଉପରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
କାଳବୈଶାଖୀ (Thunderstorm) ଆଗମନକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟାରେ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ (Yellow Warning) ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ୭ ଜିଲ୍ଲା ସୁନ୍ଦରଗଡ, ଦେଓଗଡ, ଝାରସୁଗୁଡା, କେଉଁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାରେ ଘଡଘଡି (Thunder) ସହ ବଜ୍ରପାତ (Lightning) ନେଇ ସତର୍କ ରହିବାକୁ ସତର୍କତା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
Also Read: ଉର୍ଦ୍ଧ୍ୱ ମୁହାଁ ହେବ ପାରଦ; ଆଗକୁ ବର୍ଷା ସମ୍ଭାବନା
ଏହାସହ ସୁନ୍ଦରଗଡ, ଦେଓଗଡ, ଝାରସୁଗୁଡା, କେଉଁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କନାଳ, ନୂଆପଡା, ସମ୍ବଲପୁର, ସୋନପୁର, ବଲାଙ୍ଗିର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ। ସେହିପରି ଆସନ୍ତାକାଲି ମଧ୍ୟ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ସହ ୧୩ ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ଆକଳନ ହୋଇଛି। ସେପଟେ ଆସନ୍ତା ୪-୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଅପରିବର୍ତ୍ତତ ରହିବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।