ଭୁବନେଶ୍ବର: ସରକାର ବଦଳିବା ପରେ ଧୀରେ ଧୀରେ ସବୁ ଯୋଜନା ବଦଳାଯାଉଛି। ଏହାରି ମଧ୍ୟରେ ଲକ୍ଷ୍ମୀ ବସ ନାଁକୁ ନେଇ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। ପଞ୍ଚାୟତ ସ୍ତରୀୟ ଚାଲୁଥିବା ଲକ୍ଷ୍ମୀ ବସ ନାଁ ବଦଳିବ ବୋଲି ପରିବହନ ମନ୍ତ୍ରୀ ବିଭୁତି ଜେନା ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ , ଲକ୍ଷ୍ମୀ ବସ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। 


COMMERCIAL BREAK
SCROLL TO CONTINUE READING

ଏହାରି ଭିତରେ ଭାଜପା ସରକାର ଲକ୍ଷ୍ମୀ ବସ ନାଁ ପରିବର୍ତ୍ତନ କରିବେ ନାଁ ସେହି ନାଁ ରହିବ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଆଜି ଏହାକୁ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ। ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ। ତେବେ ଓଡ଼ିଶାରେ ସରକାର ବଦଳିଛି। ଯୋଜନା ବି ବଦଳାଯିବାକୁ ଯୋଜନା କରାଯାଇଛି ବୋଲି କୁହାଯାଇଛି।