Petrol-Diesel Price​: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
Advertisement

Petrol-Diesel Price​: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

Petrol-Diesel Price​: ପ୍ରାୟ ଦୁଇମାସ ଧରି ଅଶୋଧିତ ତୈଳ ମୂଲ୍ୟରେ କ୍ରମାଗତ ମନ୍ଥରତା ସତ୍ତ୍ୱେ ଘରୋଇ ବଜାରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ (Petrol-Diesel Price)  ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଅକ୍ଟୋବର ୧ରେ ତୈଳ କମ୍ପାନୀଗୁଡିକ ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ କରିଥିଲେ । କିନ୍ତୁ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ରିହାତି ପ୍ରଦାନ କରି ନଥିଲେ । 

Petrol-Diesel Price​: ଆଜି କେତେ ଶସ୍ତା ହେଲା ପେଟ୍ରୋଲ-ଡିଜେଲ? ଶୀଘ୍ର ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Today Petrol-Diesel Rate 9 October 2022: ଆଜି (ରବିବାର) ଅର୍ଥାତ ଅକ୍ଟୋବର ୯ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ଲଗାତର ୧୩୯ ଦିନ ହେବ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିଛି । ଅନ୍ୟପଟେ ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ଲଗାତର ବୃଦ୍ଧି ଘଟିବାରେ ଲାଗିଛି । ବିଗତ ଏକ ସପ୍ତାହରେ ଅଶୋଧିତ ତୈଳ ଦରରେ ୬ ଡଲାରର ବୃଦ୍ଧି ରେକର୍ଡ କରାଯାଇଛି । ଶୁକ୍ରବାର ମାର୍କେଟ ବନ୍ଦ ହେବା ସମୟରେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ପ୍ରାୟ ୯୮.୪୫ ଡଲାର ଥିବାବେଳେ ଡବ୍ଲୁଟିଆଇ ବ୍ୟାରେଲ ପିଛା ୯୨.୬୪ ଡଲାରକୁ ପହଞ୍ଚିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେପଟେ ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦରରେ ହ୍ରାସ ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୬୩ ଟଙ୍କା ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୧୯ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୬୦ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୪.୬ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୪.୭୬ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୫.୧୫ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଶେଷ ପରିବର୍ତ୍ତନ ପ୍ରାୟ ଚାରି ମାସ ପୂର୍ବେ ମେ ୨୨ରେ କରାଯାଇଥିଲା । ସେତେବେଳେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ଏକ୍ସାଇଜ୍ ହ୍ରାସ ଯୋଗୁଁ ସାରା ଦେଶରେ ମୂଲ୍ୟରେ ପରିବର୍ତ୍ତନ ଆସିଥିଲା । ଏହା ପରେ ମହାରାଷ୍ଟ୍ର ଓ ମେଘାଳୟରେ ତେଲର ମୂଲ୍ୟ ମଧ୍ୟ ପରିବର୍ତ୍ତନ କରାଯାଇଥିଲା । ସେପଟେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ (Crude Oil Price) ରେ ଲଗାତର ବୃଦ୍ଧି ଘଟିବାରେ ଲାଗିଛି । 

ଅଧିକ ପଢ଼ନ୍ତୁ:-ପୁଣି ଆହତ ହେଲେ ଆଉ ଜଣେ ଖେଳାଳି, ବର୍ତ୍ତମାନ ଏହି କ୍ରିକେଟର ଟି-20 ବିଶ୍ୱକପରୁ ହେଲେ ବାହାର

ଅଧିକ ପଢ଼ନ୍ତୁ:-ଯଦି ଜଣେ ପୁରୁଷଙ୍କର ପାଖରେ ରହିଛି ଏହି ୫ଟି ଗୁଣ ତ ସ୍ତ୍ରୀ ରହିଥାଏ ସର୍ବଦା ସନ୍ତୁଷ୍ଟ, ଦୀର୍ଘ ସମୟ ପର୍ଯ୍ୟନ୍ତ ଛାଡ଼ନ୍ତି ନାହିଁ ସାଥ୍

ଅଧିକ ପଢ଼ନ୍ତୁ:-ଶେଷରେ ମୁହଁ ଖୋଲିଲେ ପୃଥ୍ୱୀ ଶୋ', ବାରମ୍ୱାର ଟିମ୍ ଇଣ୍ଡିଆରେ ଚୟନ ନ ହେବାକୁ ନେଇ କହିଲେ ଏପରି କିଛି

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।