Petrol Diesel price: ଶସ୍ତା ହେଲା ପେଟ୍ରୋଲ-ଡିଜେଲ; ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Today Petrol-Diesel Rate 15 June 2022: ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଓ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ନୂଆଦିଲ୍ଲୀ: Today Petrol-Diesel Rate 15 June 2022: ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଆଜି (ବୁଧବାର) ଅର୍ଥାତ ମେ' ୧୫ ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲ (Petrol Diesel Price) ର ନୂଆ ଦର ଜାରି କରିଦେଇଛନ୍ତି । ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ହ୍ରାସ ଘଟିଛି ।
ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।
ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ବୁଧବାର ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୧୦୩.୦୧ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୯୪.୫୮ ଟଙ୍କା ରହିଛି । ଗତକାଲି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୪୭ ଟଙ୍କା ଥିଲା ଓ ଡିଜେଲ ଦର ୯୫.୦୩ ଟଙ୍କା ଥିଲା । ଅର୍ଥାତ ଆଜି ପେଟ୍ରୋଲ ୪୬ ପଇସା ଓ ଡିଜେଲ ୪୫ ପଇସା ହ୍ରାସ ହୋଇଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
ଏହା ବି ପଢ଼ନ୍ତୁ: IND vs SA: ପନ୍ତଙ୍କ ଅଧିନାୟକତ୍ୱରେ ପ୍ରଥମ ଥର ପାଇଁ ଜିତିଲା ଟିମ୍ ଇଣ୍ଡିଆ; ଏମାନେ ହଉଛନ୍ତି ବିଜୟର ୫ ହିରୋ
ଏହା ବି ପଢ଼ନ୍ତୁ: Horoscope for 15th June 2022 : ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର