ବଡ଼ଦାଣ୍ଡର ସଫେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ
Advertisement
Article Detail0/zeeodisha/odisha2323937

ବଡ଼ଦାଣ୍ଡର ସଫେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ବଡ଼ଦାଣ୍ଡକୁ ଆସିବେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁ ବଡ଼ଦାଣ୍ଡକୁ ଆସିବା ପୂର୍ବରୁ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି।

ବଡ଼ଦାଣ୍ଡର ସଫେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ପୁରୀ: ଆଉ ମାତ୍ର ଦିନକ ପରେ ରଥଯାତ୍ରା। ଏଥିପାଇଁ ସବୁକିଛି ପ୍ରସ୍ତୁତ ସରିଛି। ଏହାପୂର୍ବରୁ ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶରଧାବାଲିରେ ପହଞ୍ଚି ସଫେଇ କରିଛନ୍ତି। ହାତରେ ଝାଡୁ ଧରି ସେ ସଫେଇ କରିଛନ୍ତି। ତାଙ୍କ ସହ ଉପସ୍ଥିତ ରହିଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତି ପରିଡ଼ା ମଧ୍ୟ ସଫେଇ କରିଛନ୍ତି। ଏହାସହ ପୁରୀ ସାଂସଦ ସମ୍ବିତ ପାତ୍ର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଜେନା, ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର, ପୁରୀର ପୂର୍ବତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏବଂ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତାକାଲି ବଡ଼ଦାଣ୍ଡକୁ ଆସିବେ ମହାପ୍ରଭୁ ଜଗନ୍ନାଥ। ମହାପ୍ରଭୁ ବଡ଼ଦାଣ୍ଡକୁ ଆସିବା ପୂର୍ବରୁ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି। ସ୍ବଚ୍ଛତା ଓ ସଚେତନତା ପାଇଁ ଏହି ସଫେଇ କାର୍ଯ୍ୟକ୍ରମର ଗୁରୁତ୍ବ ରହିଛି। ଏହି ଅବସରରେ ସେ ପ୍ଲାଷ୍ଟିକ ଜରି ବ୍ୟବହାରରୁ ନିବୃତ୍ତ ରହିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।