ଭୁବନେଶ୍ଵର: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଛନ୍ତି ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ। 


COMMERCIAL BREAK
SCROLL TO CONTINUE READING

ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।