• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୩୨୧୭ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧,୪୬,୮୯୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି ।

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୩୨୧୭ କୋରୋନା ସଂକ୍ରମିତ
ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: ରାଜ୍ୟରେ କୋରୋନା ସଙ୍କଟ ଜାରି ରହିଛି । ରାଜ୍ୟରେ ଦିନକୁ ଦିନ କୋରୋନା (Coronavirus) ସ୍ଥିତି ବିଗିଡ଼ିବାରେ ଲାଗିଛି । ଏହାସହ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟୁଛି । ଅନ୍ୟପଟେ ଓଡ଼ିଶାବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଆଜି ଅର୍ଥାତ ଶନିବାର ରାଜ୍ୟରେ ଆଉ ୩,୨୧୭ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୧,୧୫,୨୭୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-ବିହାର ବିଧାନସଭା ନିର୍ବାଚନ: ଲାଲୁ ଓ କଂଗ୍ରେସକୁ ଲାଗିଲା ଆଉ ଏକ ଝଟକା, ଜେଡିୟୁରେ ସାମିଲ ହେଲେ ଏହି ୩ ବଡ଼ ନେତା

ସୂଚନାଯୋଗ୍ୟ, ଆଜି ସର୍ବାଧିକ ଖୋର୍ଦ୍ଧାରୁ ୬୪୭ ଜଣ, ମୟୂରଭଞ୍ଜରୁ ୨୮୧ ଜଣ, କଟକରୁ ୨୭୫ ଜଣ, ବରଗଡ଼ରୁ ୨୧୮ ଜଣ, ରାୟଗଡ଼ାରୁ ୨୦୬ ଜଣ, ଗଞ୍ଜାମରୁ ୧୧୬ ଜଣ, କେନ୍ଦୁଝରରୁ ୧୧୨ ଜଣ, କୋରାପୁଟରୁ ୧୧୨ ଜଣ, ପୁରୀରୁ ୧୦୩ ଜଣ, ଝାରସୁଗୁଡାରୁ ୯୬ ଜଣ, ନବରଙ୍ଗପୁରରୁ ୭୯ ଜଣ, ନୂଆପଡ଼ାରୁ ୭୯ ଜଣ, ସୁନ୍ଦରଗଡ଼ରୁ ୭୯ ଜଣ, ସମ୍ୱଲପୁରରୁ ୭୫ ଜଣ, ଅନୁଗୋଳରୁ ୬୯ ଜଣ, ଢେଙ୍କାନାଳରୁ ୬୯ ଜଣ, କେନ୍ଦ୍ରାପଡାରୁ ୫୯ ଜଣ, ଭଦ୍ରକରୁ ୫୪ ଜଣ, ଜଗତସିଂହପୁରରୁ ୫୪ ଜଣ, ସୁବର୍ଣ୍ଣପୁରରୁ ୫୩ ଜଣ, ବାଲେଶ୍ୱରରୁ ୪୯ ଜଣ, ବଲାଙ୍ଗୀରରୁ ୪୯ ଜଣ, ନୟାଗଡରୁ ୪୯ ଜଣ, କନ୍ଧମାଳରୁ ୩୬ ଜଣ, ମାଲକାନଗିରିରୁ ୨୮ ଜଣ, ଗଜପତିରୁ ୨୧ ଜଣ, କଳାହାଣ୍ଡିରୁ ୧୨ ଜଣ ଏବଂ ଦେଓଗଡ଼ରୁ ୪ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ:-'ସିନ୍ଧିଆଙ୍କ ବିଶ୍ୱସ୍ତଙ୍କ ବିଜୟ ସୁନିଶ୍ଚିତ କରନ୍ତୁ, ନଚେତ୍ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ରୁହନ୍ତୁ'

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୧,୪୬,୮୯୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୬୧୬ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାସହ କୋରୋନା ସଂକ୍ରମିତ ସହ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ବରଣ କରିଥିବା ରୋଗୀଙ୍କ ସଂଖ୍ୟା ୫୩ରେ ପହଞ୍ଚିଛି । ୧,୧୮,୦୬୨ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୩୪,୧୬୩ ସକ୍ରିୟ ସଂକ୍ରମିତ ମାମଲା ରହିଛି ।