)
ଶାନ୍ତସ୍ୱରୂପ ରାଉତ, ଭୁବନେଶ୍ୱର: Odisha Weather Update: ରାଜ୍ୟରେ ୨୪ ଘଣ୍ଟାରେ ଲଘୁଚାପ, ସେପ୍ଟେମ୍ୱର ୧୪ ଯାଏ ବର୍ଷା ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଚି ହୋଇଛି । ଯାହାର ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉକ୍ତ କେନ୍ଦ୍ରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିକ୍ଷିପ୍ତ ଭାବେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କଳାହାଣ୍ଡି, କନ୍ଧମାଳ, ଗଂଜାମ, ପୁରୀ, ନୟାଗଡ, ବୌଦ୍ଧ, ସୁନ୍ଦରଗଡ, କେଉଁଝର, ମୟୂରଭଂଜ ଓ ଖୋର୍ଦ୍ଧା ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ତେବେ ଆସନ୍ତାକାଲି ବର୍ଷାର ପରିମାଣ ବୃଦ୍ଧି ହେବା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା (Heavy Rains) ନେଇ ଅରେଂଜ ୱାର୍ଣ୍ଣିଂ ଏବଂ ରାୟଗଡା, କଳାହାଣ୍ଡି, ଗଜପତି ଓ ନୂଆପଡା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୪ ତାରିଖରେ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ପ୍ରବଳ ବର୍ଷା ଥିବା ଜିଲ୍ଲା ଗୁଡିକରେ ଚାଷୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।