ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଭାର ସମ୍ଭାଳିବା ପରେ ଏହା ତାଙ୍କର ପ୍ରଥମ ଦିଲ୍ଲୀ ଗସ୍ତ। ଦିଲ୍ଲୀ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବା ସହିତ ବିଜେପିର କିଛି ବରିଷ୍ଠ ନେତୃବୃନ୍ଦଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି। 


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ। ଦେଶର ଇତିହାସରେ ଆଜି ତୃତୀୟଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ମଇଦାନରେ ଏନଡିଏର ପ୍ରାର୍ଥୀ ପୂର୍ବତନ ବାଚସ୍ପତି ଓମ୍ ବିର୍ଲା ବନାମ ଇଣ୍ଡି ମେଣ୍ଟ ପ୍ରାର୍ଥୀ ତଥା ୮ ଥରର ସାଂସଦ କେ. ସୁରେଶ। ଉଭୟ ପ୍ରାର୍ଥୀ ନାମାଙ୍କନ ଗତକାଲି ଭରିଥିବା ବେଳେ ଆଜି ଦିନ ୧୧ଟାରେ ହେବ ନିର୍ବାଚନ। ସମସ୍ତ ସାଂସଦଙ୍କ ଭୋଟ୍ ଆଧାରରେ ନିର୍ବାଚିତ ହେବେ ବାଚସ୍ପତି।


ଏଥର ୫୪୩ ଆସନ ବିଶିଷ୍ଟ ଲୋକସଭାରେ ଏନଡିଏର ୨୯୩ ସାଂସଦ ଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟର ୨୩୪ ଜଣ ସାଂସଦ ଅଛନ୍ତି। ଏନଡିଏ ପ୍ରାର୍ଥୀ ଓମ୍ ବିର୍ଲା ରାଜସ୍ଥାନ କୋଟାରୁ ସାଂସଦ ଅଛନ୍ତି। ଲଗାତାର ତୃତୀୟଥର ପାଇଁ ନିର୍ବାଚନ ଜିତି ସଂସଦକୁ ଆସିଛନ୍ତି। ସପ୍ତଦଶ ଲୋକସଭାର ସେ ଥିଲେ ବାଚସ୍ପତି।