ଭୁବନେଶ୍ଵର: ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡିଶା ବିକାଶ ପାଇଁ ଗଠନ ମୂଳକ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାରୁ ଆଜି ବସିଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ। ବଜେଟ ଅଧିବେଶନକୁ ସୁରୁଖୁରରେ ପରିଚାଳନା ଲାଗି ସହଯୋଗ ଲୋଡ଼ିବେ ବାଚସ୍ପତି। 


COMMERCIAL BREAK
SCROLL TO CONTINUE READING

ଅନ୍ୟପଟେ ସପ୍ତଦଶ ବିଧାନସଭା ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଏଥିସହ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ମଧ୍ୟ ଉପସ୍ଥିତ ଅଛନ୍ତି।