Advertisement
Article Detail0/zeeodisha/odisha2313254
Zee OdishaZee Odishaରାଜଘାଟରେ ମହାତ୍ମା ଗାନ୍ଧୀ ଓ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ସାଙ୍ଗରେ ରହିଛନ୍ତି ଦୁଇ ଉପ ମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ରାଜଘାଟରେ ମହାତ୍ମା ଗାନ୍ଧୀ ଓ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସାଙ୍ଗରେ ରହିଛନ୍ତି ଦୁଇ ଉପ ମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେମାନେ ଆଜି ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। 

ଏହାପରେ ଦିନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି। ତେବେ ଆଜି ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରି ପାରନ୍ତି ବୋଲି କୁହାଯାଇଛି। 

Add Zee News as a Preferred Source
About the Author