Kandhamal Suicide Case: ମହିଳା ପୋଲିସ ଏସ୍ଆଇ ସ୍ଵାଗତିକା ବେହେରାଙ୍କ ଆତ୍ମହତ୍ୟା। କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନାରେ ଘଟିଛି ଏଭଳି ଘଟଣା। ଶନିବାର ସକାଳେ ଜି.ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରା ନିଜେ ରହୁଥିବା ସରକାରୀ ବାସଭବନରେ ନିଜ ବେକରେ ଓଢ଼ଣୀ ଲଗେଇ ଆତ୍ମହତ୍ୟା କରିଥିବାର ଖବର ମିଳିଛି। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏହି ଘଟଣା ବାବଦରେ ଖବର ପାଇବା ଘଟଣାସ୍ଥଳରେ ପହଞ୍ଚି ଆଇଆଇସି ରେବତୀ ଶବର,ଏସଡିପିଓ ଡି.ତିରୁପତି ରାଓ ପଟ୍ଟନାୟକ ଏବଂ ଅନ୍ୟ ପୋଲିସ୍ କର୍ମଚାରୀ ଝୁଲନ୍ତା ଅବସ୍ଥାରେ ମୃତ ମହିଳା ଏସ୍ଆଇଙ୍କ ଶବ ଉଦ୍ଧାର କରିବା ସହ ଶବ ବ୍ୟବଛେଦ ଲାଗି ଘୁ.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। 


COMMERCIAL BREAK
SCROLL TO CONTINUE READING

କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରାଙ୍କ ଆତ୍ମହତ୍ୟା ପଛରେ ରହିଥିବା କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ସନ୍ଦେହ ଘେରରେ ରହିଛି। ଅନ୍ୟପଟେ ମହିଳା ପୋଲିସ ଏସ୍ଆଇ ଙ୍କ ଆତ୍ମହତ୍ୟା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକ ଏସ. ଆଇ ଖୋର୍ଦ୍ଧା ଜିଲ୍ଲାର ନିରାକାରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଶବ ବ୍ୟବଚ୍ଛେଦ ହେଲେ ମହିଳା ପୋଲିସ ଏସ୍ଆଇ ଙ୍କ ଆତ୍ମହତ୍ୟା ପଛରେ ରହିଥିବା କାରଣ ସାମ୍ନାକୁ ଆସିବ।