ଅନ୍ୟପକ୍ଷେ ଆଜି ସକାଳେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Trending Photos
)
ସାଲେପୁର: ରାଜ୍ୟରେ କ୍ରମାଗତ ଦ୍ରୁତ ଗତିରେ ବଢ଼ି ଚାଲିଛି କୋରୋନା ଭୂତାଣୁ । ରାଜ୍ୟର ବିଭିନ୍ନ ସ୍ଥାନରୁ ପ୍ରତିଦିନ ଶହ ଶହ ସଂଖ୍ୟାରେ କୋରୋନା ପଜିଟିଭ ମାମଲା ସାମ୍ନାକୁ ଆସୁଛି । ଏହି କ୍ରମରେ ଆଜି(ଶୁକ୍ରବାର) କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲି ବ୍ଲକରେ ୨୬ କୋରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ଵାରେଣ୍ଟାଇନ ସେଣ୍ଟରର ୨୨ ଓ ହୋମ କ୍ବାରେଣ୍ଟାଇନର ୪ ଜଣ ସାମିଲ ଅଛନ୍ତି । ହୋମ କ୍ବାରେଣ୍ଟାଇନରୁ ଚିହ୍ନଟ ୪ ଜଣଙ୍କ ପରିବାର ଲୋକଙ୍କ ସ୍ଵାସ୍ଥ୍ୟ ପରୀକ୍ଷା ହେବ ବୋଲି ସୂଚନା ଦେଇଛନ୍ତି ନିଶ୍ଚିନ୍ତକୋଇଲି ବିଡ଼ିଓ ।
ଅନ୍ୟପକ୍ଷେ ଆଜି ସକାଳେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ୩୪୯୮ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୦ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨୪୭୪ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୦୧୧ ସଂକ୍ରିୟ କୋରୋନା ସଂକ୍ରମିତ ମାମଲା ରହିଛି ।