Bhubaneswar: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକ ସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନ ଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଓ ସୁପରଭାଇଜରଙ୍କୁ ସାଇକେଲ ପ୍ରଦାନ କରାଯାଇଛି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


COMMERCIAL BREAK
SCROLL TO CONTINUE READING

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ( Chief Minister Naveen Patnaik) କହିଥିଲେ ଯେ ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କରିଛି । ମାଆ ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି । ଆପଣମାନଙ୍କ ଆତ୍ମବିଶ୍ୱାସ, ଉତ୍ସାହ ମିଶନ ଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ ଭାବେ ଠିଆ କରିଛି। ସେ ଆଉ ମଧ୍ଯ କହିଥିଲେ ଯେ, ବିଭିନ୍ନ ସହରରେ ମିଶନ ଶକ୍ତିର ମାଆ ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଥାଆନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି । ସମସ୍ତ ନିଜ କାମରେ ଖୁସି ଥିବା କହି ମୁଖ୍ୟମନ୍ତ୍ରୀ କହିଥିଲେ । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଆପଣଙ୍କୁ ସାଇକେଲ ପ୍ରଦାନ କରାଯାଉଛି ଯାହା ଦ୍ବାରା ଆପଣମାନେ ନିଜ ଦାୟ୍ବତ୍ବକୁ ସଠିକ ଭାବେ ତୁଲାଇ ପାରିବେ । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଥିଲେ । ଓଡି଼ଶାର ମିଶନ ଶକ୍ତି( Mission Shakti) କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି । ସମସ୍ତେ ମିଳିମିଶି ଭଲ କାମ କରି ଓଡି଼ଶା ମାଆର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗଦେଇ କହିଥିଲେ ଯେ ମିଶନ ଶକ୍ତି ମାଆ ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡି଼ଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି । ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧିନତା ମିଳିପାରିବ। ଅନ୍ୟପଟେ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଥିଲେ, ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି । ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି ।


ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିବା ବେଳେ ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ । ବିଏମସି ମେୟର ସୁଲୋଚନା ଦାସ ମଧ୍ଯ ଏଠାରେ ଉପସ୍ଥିତ ଥିଲେ ।