କୃଷକଙ୍କୁ ମୁଖ୍ୟନ୍ତ୍ରୀଙ୍କ ବଡ ଭେଟି; ଘୋଷଣା କଲେ ଏହି ଯୋଜନା
Advertisement

କୃଷକଙ୍କୁ ମୁଖ୍ୟନ୍ତ୍ରୀଙ୍କ ବଡ ଭେଟି; ଘୋଷଣା କଲେ ଏହି ଯୋଜନା

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । 

କୃଷକଙ୍କୁ ମୁଖ୍ୟନ୍ତ୍ରୀଙ୍କ ବଡ ଭେଟି; ଘୋଷଣା କଲେ ଏହି ଯୋଜନା

ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ପ୍ରଦାନ। ଝାରସୁଗୁଡା  ଜିଲ୍ଲା ବ୍ୟତୀତ  ସବୁ  ଜିଲ୍ଲା ର ଚାଷୀ  ପାଇଲେ ଖରିଫ  ସହାୟତା ।  ପ୍ରାୟ ୪୦ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୦୦ କୋଟି ଟଙ୍କା । ପ୍ରତି ଚାଷୀ  ପାଇଲେ  ଦୁଇହଜାର  ଟଙ୍କା । ସାରା  ଦେଶର ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଓଡିଶାର ଚାଷୀ ଭାଇମାନଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଛନ୍ତି, ସେଥିପାଇଁ ଧନ୍ୟବାଦ ପ୍ରତିଟି ଚାଷି ପାଖରେ ଆମେ ରୁୁ ବୋଲି ହକିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାରେ କୃଷିର ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ମୁଖ୍ୟନ୍ତରୀ ନବୀନ ପଟ୍ଟନାୟକ । ପଣସ ମିଶନ ଓ REWARD କାର୍ଯ୍ୟକ୍ରମର ଶୁଭାରମ୍ଭ, ମିଲେଟ୍‌ ମିଶନ ଏବଂ SPPIF ସମନ୍ବିତ କୃଷି କାର୍ଯ୍ୟକ୍ରମର ସଂପ୍ରସାରଣ- ସମୁଦାୟ ୩୬୪୪ କୋଟି ଟଙ୍କା ବିନିଯୋଗ  । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନାର ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା  ଝାରସୁଗୁଡା  ବ୍ୟତୀତ ରାଜ୍ୟର  ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀ ମାନଙ୍କୁ ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ  ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହାର ଶୁଭଆରମ୍ଭ କରିଛନ୍ତି ।   ଆମର କୃଷକମାନେ କେବଳ ଓଡିଶା ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା  ପାଇଁ ଗୌରବ  ଆଣିଛନ୍ତି। ଏଥିପାଇଁ ଆମେ ସମସ୍ତେ ଚାଷି ଭାଇ ଭଉଣୀମାନଙ୍କ ପାଖରେ ଆମୋ ଋଣି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୃଷିର ବିକାଶ ଓ କୃଷକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଚଳିତ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି। 

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ  ଓ  ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି । ସୂଚନାଯୋଗ୍ୟ ଯେ ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳ ବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । 

ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। କୃଷି  କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ । କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ। ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ  “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଛି।